ଭୁବନେଶ୍ବର,୧୯।୫ : ଭରତପୁର ଥାନା ପୋଲିସ -ମେଜର ବିବାଦ ମାମଲାରେ ୪ ଜଣ ପୋଲିସଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ। ଜଣେ ଏସଆଇ ଓ ୨ ଜଣ ଏଏସଆଇଙ୍କ ଉପରୁ ଉଠିଛି ନିଲମ୍ବନ। ସେହିପରି ଜଣେ କନେଷ୍ଟବଳଙ୍କ ଉପରୁ ଉଠିଲା ନିଲମ୍ବନ। ପୋଲିସ ଡିଜି ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛନ୍ତି ।
ସୂଚନଯୋଗ୍ୟ ଯେ, ଗତବର୍ଷ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ଗୋଟାଏ ବେଳେ ଅଭିଯୋଗ କରିବାକୁ ଥାନାକୁ ଆସିଥିଲେ । କିନ୍ତୁ ପୋଲିସ ଦୁର୍ବ୍ୟବହାର କରିଥିବା ମେଜର ଓ ତାଙ୍କ ବାନ୍ଧବୀ ଅଭିଯୋଗ ହୋଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ କର୍ମଚାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। ଘଟଣାରେ ତତ୍କାଳୀନ ଭରତପୁର ଥାନା ଆଇଆଇସି ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । ଏପରିକି କ୍ରାଇମବ୍ରାଞ୍ଚକୁ ଘଟଣାର ତଦନ୍ତ ଭାର ଦିଆଯାଇଥିଲା । ପରବର୍ତ୍ତି ସମୟରେ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ଲାଗି ପୂର୍ବତନ ନ୍ୟାୟଧିଶ ଜଷ୍ଟସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ତଦନ୍ତ କମିଶନ ଗଠନ କରିଥିଲେ । ତଦନ୍ତ କମିଶନ ଏକ ସ୍ବତନ୍ତ୍ର ଟିମ ଗଠନ କରି ତଦନ୍ତ ଆରମ୍ଭ କରଥିଲେ ।