ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଚଣ୍ଡିଖୋଲ,୨୩/୦୮: ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ । ମହିଳାଙ୍କ ହତ୍ୟା ହୋଇଥିବା ନେଇ ଅଭିଯୋଗ କରିଲେ ପରିବାର ଲୋକେ । ମୃତ ମହିଳା ଜଣକ ବରୀ ବ୍ଲକ ସ୍ୱାଇଁଖଣ୍ଡ ଗ୍ରାମର ଅକ୍ଷୟ ମଲିକଙ୍କ ଝିଅ ରଶ୍ମିତା ମଲିକ ବୋଲି ଜଣା ପଡ଼ିଛି । ପାରିବାରିକ କଳହରୁ ଏହି ମୃତ୍ୟୁ ହୋଇଥିବା ନେଇ ସନ୍ଦେହ କରାଯାଉଛି । 

ସୂଚନା ଅନୁଯାୟୀ, ରଶ୍ମିତା ମଲିକ ଦୀର୍ଘ ୧୦ ବର୍ଷ ହେବ ବାଲିଚନ୍ଦ୍ରପୁର ଥାନା ଅଧିନ ସାଉଡ଼ିଆ ଗ୍ରାମର ମନ୍ମଥ ମଲିକଙ୍କୁ ବିବାହ କରିଥିଲେ । ବିବାହ ପରେ ସବୁବେଳେ ଉଭୟ ସ୍ୱାମୀ-ସ୍ତ୍ରୀ ଏବଂ ଶାଶୁଘର ଲୋକଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା । ଅନେକ ଥର ବାପଘର ଲୋକେ ଏହି କଳହର ସମାଧାନ କରିଥିଲେ । ଏଭଳି ସ୍ଥିତିରେ ଗୁରୁବାର ରାତିରେ ରଶ୍ମିତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏନେଇ ପରିବାର ଲୋକେ ଝିଅକୁ ହତ୍ୟା କରାଯାଇଥିବା ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।  ଅଭିଯୋଗ ଆଧାରରେ ଘଟଣା ସ୍ଥଳରେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାଠାଇଛି । ଏଥି ସହିତ ଏକ ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି । ତେବେ ମହିଳାଙ୍କ ମୃତ୍ୟୁ ପଛର କାରଣ କ'ଣ ତାହା ଜାଣିବାକୁ ତଦନ୍ତ ଆରମ୍ଭ କରିଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.