ପ୍ରମୂଖ ଖବର
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ

କେନ୍ଦ୍ରାପଡା,୧୦/୧୦: ଅଳାବାଙ୍କ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର । ତନ୍ମଧ୍ୟରୁ ଜଣେ ଜଗତ୍ସିଂହପୁର ଜିଲା କୁଜଙ୍ଗ ପଙ୍କପାଳ ଅଞ୍ଚଳର ଭବାନୀ ପ୍ରସାଦ ମହାପାତ୍ର ବୋଲି ଜଣାପଡ଼ିଛି ଏବଂ ଆଉଜଣଙ୍କ ପରିଚୟ ଅସ୍ପଷ୍ଟ ରହିଛି । ୫୩ ନମ୍ୱର ଜାତୀୟ ରାଜପଥ କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଅଳାବାଙ୍କ ଛକରେ ଏଭଳି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ଦୁଇ ବାଇକ୍‌ ଆରୋହୀ ୫୩ ନମ୍ଵର୍ ଜାତୀୟ ରାଜପଥ ଦେଇ ଯାତ୍ରା କରୁଥିଲେ । ଏହି ସମୟରେ ଅଳାବାଙ୍କ ଛକରେ ଏକ ଟ୍ୟାଙ୍କର ଦୁଇ ବାଇକ ଆରୋହୀଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଉଭୟ ବାଇକ ଚାଳକ ପ୍ରାଣ ହରାଇଥିଲେ । ଏହା ଦେଖି ତୁରନ୍ତ ସ୍ଥାନୀୟଲୋକେ କେନ୍ଦ୍ରାପଡ଼ା ସଦର ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦ୍ୱୟ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.