ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ସ୍କୁଲରେ ପିଲାଙ୍କୁ ଶ୍ରମିକ ଭଳି କାମ କରାଉଛନ୍ତି ଶିକ୍ଷକ, ଭିଡିଓ ଭାଇରାଲ୍, କାର୍ଯ୍ୟାନୁଷ୍ଠାନ ଦାବି

କୋରାପୁଟ, ୨୯/୦୬ : ପିଲାଙ୍କ ଭବିଷ୍ୟତ ସହ ଖେଳ। ସ୍କୁଲରେ ପିଲାଙ୍କୁ ଶ୍ରମିକ ଭଳି କାମ କରାଇଲେ ଶିକ୍ଷକ। କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ ରାଲେଗଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏଭଳି ଚିତ୍ର। ସ୍କୁଲରେ ଶିକ୍ଷକ ପିଲାମାନଙ୍କୁ କାମ କରାଉଥିବା ବେଳର ଏକ ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି। ଘଟଣାର ତଦନ୍ତ ପାଇଁ ଜିଲ୍ଲାପାଳ ଭି କିର୍ତ୍ତି ଭାସନ ଜିଲ୍ଲା ଶିକ୍ଷା ବିଭାଗକୁ ଚିଠି ଲେଖିଛନ୍ତି।

ସୂଚନାନୁଯାୟୀ, ରାଲେଗଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କିଛି ଛାତ୍ର ୟୁନିଫର୍ମରେ କାମ କରୁଥିବା ଦେଖିବାକୁ ମିଳିଛି। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ପିଲାମାନେ ହାତରେ କୋଦାଳ, କୁରାଢୀ ଧରି କାମ କରୁଛନ୍ତି। ତେବେ ପାଠ ପଢା ସମୟରେ ସାର୍‌ମାନେ ଏହି ଛାତ୍ରମାନଙ୍କୁ କାହିଁକି କାମ କରାଉଛନ୍ତି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଭିଡିଓ ଭାଇରାଲ୍ ହେବାପରେ ଜିଲ୍ଲାପାଳ ଭି କିର୍ତ୍ତି ଭାସନ ଜିଲ୍ଲା ଶିକ୍ଷା ବିଭାଗକୁ ଚିଠି ଲେଖିଛନ୍ତି। ତଦନ୍ତ ପରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ କହିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.