ପ୍ରମୂଖ ଖବର
  • ପୁଣି ଶ୍ରୀମନ୍ଦିର ଭିତରୁ ଯୁବକଙ୍କ ଠାରୁ ହିଡେନ କ୍ୟାମେରା ଜବତ
  • ||
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ବିଭିନ୍ନ ଦାବି ନେଇ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତିର ଧାରଣା

Published By : Suraj Kumar | August 2, 2025 6:28 PM

ନମୌଜା,୨|୮(ଆପ୍ର): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକର ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଆଳି ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଶନିବାର ଧାରଣା ଦିଆଯାଇଛି l ୫ ଦଫା ଦାବୀ କରି  ଏହି ଧାରଣା ଦେଇଥିଲେ। 

ସେମାନଙ୍କର ଦାବୀ ଅନୁଯାୟୀ ସମସ୍ତ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକୁ ଅନୁଦାନ ପ୍ରଦାନ କରାଯାଉ l ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରୁ ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନଙ୍କୁ ଚାକିରୀ ସର୍ତ୍ତାବଳି, ପେନସନ ଓ ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନ , ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି, ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ଗ୍ରେଡପେରେ ଅସଙ୍ଗତି ଦୂରୀକରଣ , ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ ଏବଂ ଶିକ୍ଷକ ନିଯୁକ୍ତି ଦେବାକୁ ଦାବି କରିଛନ୍ତି।    ସେହିପରି ୨୦୧୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ୬ଟି ନ୍ୟାସନାଲ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ନୂତନ ପେନସନ୍ ପରିବର୍ତ୍ତେ ପୁରାତନ ପେନସନ୍ ସ୍କ୍ରିମ୍‌ର ପୁନଃ ପ୍ରଚଳନ କରାଯାଉ । ଏହି ସମସ୍ତ ଦାବୀ ଗୁଡିକକୁ  ନେଇ  ମୁଖମନ୍ତ୍ରୀ ଉର୍ଦେଶ୍ୟରେ ଏକ ଦାବୀପତ୍ର ପ୍ରେରଣ କରିଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.