ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଏସସିବିରେ ଉତ୍ତେଜନା

Published By : Suraj Kumar | June 15, 2025 7:34 PM

କଟକ, ୧୫।୬ : ଏସସିବି ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଚିକିତ୍ସା ଅବହେଳାରୁ  ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ମହିଳାଙ୍କ ନାଁ ବେବି ଜେନା (୨୧)। ତାଙ୍କ ଘର ମାହାଙ୍ଗା ଥାନା ଭଉରିଆଁ ଗ୍ରାମରେ। 

ପ୍ରସୂତିଙ୍କୁ ମାହାଙ୍ଗା ଡାକ୍ତର ଗତ ୧୨ ତାରିଖରେ ଏସସିବି ସ୍ଥାନାନ୍ତର କରିଥିଲେ। ଚିକିତ୍ସା ହେବା ମଧ୍ୟରେ ପ୍ରସବ ଜନିତ ସମସ୍ୟାକୁ ଏଡାଇବା ପାଇଁ ଗାଇନିକ ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରସୂତିଙ୍କର ଅପରେସନ କରାଯାଇ ଦୁଇଟି ଯାଅଁଳା ନବଜାତକ ପ୍ରସବ କରାଯାଇଥିଲା। ପ୍ରସବ ପରେ ମା’ ୱାର୍ଡକୁ ସ୍ଥାନାନ୍ତର ହୋଇଥିବା ବେଳେ ଦୁଇ ଯମଜ ନବଜାତକ ଏସଏନସିୟୁରେ ଭର୍ତ୍ତି ହୋଇଥିଲେ।  ସମ୍ପୃକ୍ତ ପ୍ରସୂତି  ଚିକିତ୍ସା ହେବା ମଧ୍ୟରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ଲେବର ରୁମରେ ଥିବା ଏଚଡିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସିତ ହେଉଥିବା ବେଳେ ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କର ମୃତ୍ୟୁ ଘଟିଥିବାର ସ୍ବାମୀ ସଞ୍ଜିବ ପ୍ରଧାନ ଅଭିଯୋଗ କରିଛନ୍ତି। ଡାକ୍ତର ଓ ନର୍ସିଂ କର୍ମଚାରୀଙ୍କ ଅବହେଳାରେ ମୃତ୍ୟୁ ଘଟିଥିବା ଅଭିଯୋଗ କରି  ମୃତକଙ୍କ ସମ୍ପର୍କୀୟମାନେ ପାଟିତୁଣ୍ଡ ଓ ପ୍ରତିବାଦ କରିଥିଲେ। ଫଳରେ ଏହାକୁ ନେଇ ହସ୍ପିଟାଲ ରେ ଉତ୍ତେଜନା ପ୍ରକାଶ ପାଇଥିଲା। ନବଜାତକ ଯାଆଁଳା ନବଜାତକଙ୍କ ମଧ୍ୟରେ ଜଣେ ପୁଅ ଓ ଅନ୍ୟ ଜଣେ ଝିଅ ଥିବାର ଜଣାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.