ପ୍ରମୂଖ ଖବର
  • ମୋହନା : ମୁଡୁମୁଡ଼ିଆ ଗାଁରେ ଅଘଟଣ, ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
  • ||
  • ସମ୍ୱଲପୁର : ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା
  • ||
  • ବୌଦ୍ଧ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରୁ ଦୁଇଟି ମାଓ ଡମ୍ପ ଠାବ
  • ||
  • ବର୍ଡର-ଗାଭାସ୍କର ଟ୍ରଫି; ପେସ୍ ବୋଲରଙ୍କ ଧମାଲ, ୧୦୪ରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଗିରଫ ସଂଖ୍ୟା ୧୪କୁ ବୃଦ୍ଧି, ୪ ଅଟକ
  • ||
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

୨ ପ୍ରସ୍ତାବରେ ଲାଗିଲା କ୍ୟାବିନେଟ ମୋହର, ଓଡ଼ିଶା ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର, ୨୩।୧୧ : ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨ ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ଲାଗିଛି। ବିଶ୍ବବିଦ୍ୟାଳୟ  ଅଧିନିୟମ ସଂଶୋଧନ  ବିଲ୍-୨୦୨୪କୁ ମଞ୍ଜୁରୀ ମିଳିଛି। ସେହିପରି ଶିଳ୍ପ ନିତୀ ୨୦୧୫ ର ଦୁଇଟି ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଓଡିଶାରେ  ବିଶ୍ବବିଦ୍ୟାଳୟ ଅଧିନିୟମ ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ଓଡିଶା ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବିଶ୍ବବିଦ୍ୟାଳୟରେ ଜାତୀୟ ଶିକ୍ଷା ନିୀତି ଲାଗୁ ହେବ।    ସଂଶୋଧନର ମୁଖ୍ୟ ଦିଗଗୁଡିକ ହେଉଛି  ବିଶ୍ବବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଉନ୍ନତି ଆଣିବା, ଅଧିକ ସ୍ବୟତ୍ତତର ସହିତ ବିଶ୍ବବିଦ୍ୟାଳୟଗୁଡିକୁ ସଶକ୍ତ କରିବା ତଥା ଉତ୍ତରଦାୟିତ୍ବ ବଜାୟ ରଖିବା ଏବଂ ଅଧ୍ୟାପକ ନିଯୁକ୍ତ ଓ କୁଳପତି ଚୟନ ପ୍ରକ୍ରିୟାରେ ଏକାଡେମିକ ପ୍ରଫେସନାଲମାନଙ୍କୁ ଜଡିତ କରିବା, ସିନେଟ, ଅର୍ଥ କମିଟି ଏବଂ ବିଲ୍ଡିଂ ଓ ନିର୍ମାଣ କମିଟି ଗଠନ  । ଏହି ଆଇନରେ ସଂଶୋଧନ କରି ରା୍ଜ୍ୟ ସରକାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସରଳ କରିବା ସହ କୋର୍ଟ ମାମଲା ହେତୁ ଶିକ୍ଷକ ନିଯୁକ୍ତିରେ ଆସିଥିବା ସ୍ଥାଣୁତା ଦୂର କରିବାକୁ ଲକ୍ଷ୍ୟ ରଖିଛନ୍ତି। 

ରାଜ୍ୟ କ୍ୟାବିନେଟ୍ ଶିଳ୍ପ ନିତୀ ୨୦୧୫ ର ଦୁଇଟି ସଂଶୋଧନକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି । ଯେଉଁଥରେ ଯୋଗ୍ୟ ନିବେଶକମାନେ ପ୍ରୋତ୍ସାହନ ପାଇଁ ସେମାନଙ୍କର ଦାବିକୁ ଠିକ୍ ସମୟରେ ପ୍ରଦାନ କରିବାକୁ ସକ୍ଷମ ହେବେ ଏବଂ ପ୍ରୋତ୍ସାହନକୁ ସୁଗମ ପରିଚାଳନା ପାଇଁ ସହାୟକ ହେବ । ବିଭିନ୍ନ ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ବିଷୟରେ କିମ୍ବା ନୀତି ତଥା ଦରଖାସ୍ତ ପ୍ରଣାଳୀ ବିଷୟରେ ସେମାନଙ୍କର ଅଜ୍ଞତା କାରଣରୁ ଅନେକ କ୍ଷେତ୍ରରେ ଶିଳ୍ପ ସଂସ୍ଥା ଆବେଦନପତ୍ର ଦାଖଲ କରିବାରେ ବିଳମ୍ବ ହୁଏ | ଏତଦବ୍ୟତୀତ କୋଭିଡ-୧୯ ମହାମାରୀ ଦ୍ବାରା ସୃଷ୍ଟି ହୋଇଥିବା ପରିସ୍ଥିତି କୁ ମଧ୍ୟ ବିଚାରକୁ ନେଇ, ଶିଳ୍ପ ନିତୀ ୨୦୧୫  ଅଧୀନରେ ସମସ୍ତ ପ୍ରକାରର ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ପାଇଁ ଆବେଦନ ଦାଖଲ କରିବାର ସମୟସୀମାକୁ ୧ ବର୍ଷରୁ ୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଅନୁମୋଦନ ଦିଆଯାଇଛି। ୨ ବର୍ଷରୁ ଅଧ‌ିକ ବିଳମ୍ବ ପାଇଁ, ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ବିଚାର କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି  । ପରବର୍ତ୍ତୀ ସମୟରେ ଏକକ ପଦକ୍ଷେପ ଭାବରେ, ଯେଉଁ ନିବେଶକମାନେ ବ୍ୟବସାୟିକ ଉତ୍ପାଦନ ଆର କରିସାରିଛନ୍ତି କିନ୍ତୁ ଧାର୍ଯ୍ୟ ତାରିଖ ମଧ୍ୟରେ ପ୍ରୋତ୍ସାହନ କିମ୍ବା ପ୍ରମାଣପତ୍ର ପାଇଁ ସେମାନଙ୍କ ଆବେଦନ ଦାଖଲ କରିବାରେ ବିଫଳ ହୋଇଥିଲେ। କିନ୍ତୁ ୩୦-୦୬-୨୦୨୩ ମଧ୍ୟରେ ଦାଖଲ କରିଥିଲେ ମଧ୍ୟ ଅଯୋଗ୍ୟ ହୋଇଥ‌ିବେ ସେମାନଙ୍କ ଦରଖାସ୍ତ ଯୋଗ୍ୟ ଅବେଦନକାରୀ ଭାବେ ପୂନଃ ବିଚାର କରାଯିବ । ୩୦-୦୬-୨୦୨୩ ପରେ ଦାଖଲ ହୋଇଥିବା ଆବେଦନଗୁଡିକ ବିବେଚନା କରାଯିବ ନାହିଁ, ଯେଉଁଠାରେ ଶିଳ୍ପ ସଂସ୍ଥା ର ନିୟନ୍ତ୍ରଣ ବାହାରେ ଥ‌ିବା କାରଣରୁ ବିଳମ୍ବ ହେବାର ପରିଲକ୍ଷିତ ହେବ ତାହା ମୁଖ୍ୟ ସଚିବଙ୍କ ସ୍ତରରେ ବିଚାର କରାଯିବ | ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.