ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ୱାରେଣ୍ଟିକୁ ଗିରଫ କରିବାକୁ ଯାଇ ପୁଲିସ ହଟହଟା, ଲଙ୍କାଗୁଣ୍ଡ ଫିଙ୍ଗି କାନ କାମୁଡ଼ିଦେଲେ ଅଭିଯୁକ୍ତ

ଜୟପାଟଣା, ୧୪/୦୮: ୱାରେଣ୍ଟିକୁ ଗିରଫ କରିବାକୁ ଯାଇଥିବା ପୁଲିସ କର୍ମଚାରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଆଇଆଇସିଙ୍କ ସମେତ ପାଞ୍ଚଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଛି। ଆମପାଣିରୁ ପୁଲିସ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। 

ଜୟପାଟଣା ଥାନା ମଙ୍ଗଳପୁର ଗ୍ରାମର ଅଲେଖ ନିରଞ୍ଜନ ସୁନା, ଦେବକୀ ସୁନା, ସନେଇ ସୁନା, ସାନ ସୁନା ଓ ହିମାଂଶୁ ସୁନାଙ୍କ ନାମରେ ଜୟପାଟଣା ଥାନାରେ ମାମଲା ରୁଜୁ ହୋଇଥିଲା । ଏହି ମାମଲା କୋର୍ଟରେ ବିଚାରାଧୀନ ରହିଛି । କୋର୍ଟ ଅଭିଯୁକ୍ତମାନଙ୍କ ନାମରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ । ଏଣୁ ପୁଲିସ ସଂପୃକ୍ତ ୫ଜଣ ଅଭିଯୁକ୍ତକୁ ଗିରଫ କରିବା ପାଇଁ ମଙ୍ଗଳବାର ମଙ୍ଗଳପୁର ଗାଁକୁ ଯାଇଥିଲା । ହେଲେ ଅଭିଯୁକ୍ତମାନେ ସଂଘବଦ୍ଧ ହୋଇ ପୁଲିସକୁ ଅତର୍କିତ ଆକ୍ରମଣ କରିଥିଲେ । ଅଭିଯୁକ୍ତମାନେ ପୁଲିସ ଉପରକୁ ଲଙ୍କାଗୁଣ୍ଡ ଫୋପାଡ଼ିବା ସହ ଠେଙ୍ଗା, ଖଣ୍ଡା ଭଳି ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏପରିକି ପୁଲିସର କାନକୁ ମଧ୍ୟ କାମୁଡ଼ି ଦେଇଥିଲେ । ଏଣୁ ଆଇଆଇସି ସହ ପାଞ୍ଚଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.