ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

Published By : Manoj | August 21, 2025 3:10 PM

ଫୁଲବାଣୀ,୨୧/୮: ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ ଦୁଷ୍କର୍ମ ଅଭିଯୁକ୍ତ ଶୁଣାଇଲେ ଦଣ୍ଡାଦେଶ। ସ୍ବତନ୍ତ୍ର କୋର୍ଟ ଗଣେଶ କହଁରକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜରିମାନା ଶୁଣାଇଛନ୍ତି। ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ମାମଲାର ଶୁଣାଣି କରିଥିଲେ। ଜରିମାନା ଅନାଦେୟ ଅଧିକ ଦୁଇ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି।  ସରକାରଙ୍କ ତରଫରୁ ଫାଷ୍ଟ୍ ଟ୍ରାକ୍ ପୋକ୍ସୋ୍ କୋର୍ଟର ସ୍ଵତନ୍ତ୍ର ପି.ପି.ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

ସୂଚନା ଅନୁସାରେ ଗତ ୨୦୨୩ ମସିହାରେ ୧୪ ବର୍ଷୀୟା ପୀଡ଼ିତା ଜଣକ ଏକ ସରକାରୀ ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ ରହି ପାଠ ପଢୁଥିଲେ। ମାସିକ ସ୍ବାସ୍ଥ୍ୟ ପରୀକ୍ଷା ବେଳେ ସେ ଗର୍ଭବତୀ ଥିବା ଜଣାପଡିଥିଲା। ତଦନ୍ତ ପରେ ଅଭିଯୁକ୍ତ ଗଣେଶ କହଁର ଗ୍ରୀଷ୍ମ ଛୁଟିରେ ପୀଡ଼ିତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ବ୍ରହ୍ମପୁର ମେଡିକାଲ କଲେଜରେ ପୀଡ଼ିତା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଲିଖିତ ଅଭିଯୋଗ ଆଧାରରେ ସଦର ପୁଲିସ ୧୯/୨୩ରେ ମାମଲା ରୁଜ୍ଜୁ କରିବା ସହ  ଅଭିଯୁକ୍ତ ଗଣେଶ କହଁରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ  ମାମଲାର ଶୁଣାଣି କରିଥିଲେ। ୧୯ ଜଣ ସାକ୍ଷୀଙ୍କ ବୟାନ ଓ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କୁ କ୍ଷତି ପୂରଣ ବାବଦରେ ୬ ଲକ୍ଷ ଟଙ୍କା  ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ତରଫରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.