ପ୍ରମୂଖ ଖବର
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଶିଶୁ ଉଦ୍ୟାନ ଭିତରୁ ଯୁବକଙ୍କ ଉଲଗ୍ନ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାରିପଦା, ୧୫/୦୭ : ଶିଶୁ ଉଦ୍ୟାନ ଭିତରୁ ଯୁବକଙ୍କ ଉଲଗ୍ନ ମୃତଦେହ ଠାବ। ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଶିଶୁ ଉଦ୍ୟାନରୁ ମୃତଦେହ ଠାବ ହୋଇଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ଉଦଳା ରାଢୋ ଅଞ୍ଚଳର ହରି ନାମକ ଜଣେ ଯୁବକ ଭଞ୍ଜପୁର ଥାନା ଅନ୍ତର୍ଗତ ଶିଶୁ ଉଦ୍ୟାନରେ ଥିବା କ୍ୟାଣ୍ଟିନରେ କିଛିଦିନ ହେବ କାର୍ଯ୍ୟ କରୁଥିଲେ। ସୋମବାର ସକାଳୁ ଉଦ୍ୟାନ ଭିତରେ ତାଙ୍କର ଉଲଗ୍ନ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଭଞ୍ଜପୁର ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା କେହି ହତ୍ୟା ଫିଙ୍ଗି ଦେଇଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.