ଖୋର୍ଦ୍ଧା, ୧୫/୦୬ : ଯାତ୍ରୀବାହୀ ବସ୍ ଓଲଟି ୪ ଆହତ। ବେଗୁନିଆ ବାଘମାରୀ ମଝିରେ ଥିବା ପେଟ୍ରୋଲ ପମ୍ପ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ଶନିବାର ଭୋର ସମୟରେ ଫୁଲବାଣୀରୁ ଭୁବନେଶ୍ୱର ଆସୁଥିବା ଏକ ଯାତ୍ରୀବାହୀ ବସ୍ ବେଗୁନିଆ ବାଘମାରୀ ମଝିରେ ଥିବା ପେଟ୍ରୋଲ ପମ୍ପ ନିକଟରେ ଓଲଟି ପଡିଛି। ଫଳରେ ୪ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଛନ୍ତି। ବେଗୁନିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।