ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା କାର୍, ଜଣେ ମୃତ ୩ ଗୁରୁତର

ମୁନିଗୁଡ଼ା, ୦୧/୦୭ : ଭାରସାମ୍ୟ ହରାଇ କଲଭର୍ଟ ତଳକୁ ଖସିଲା କାର୍। ଘଟଣାସ୍ଥଳରେ ଜଣେ ମୃତ ୩ ଗୁରୁତର। ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ବନ୍ଧଗୁଡା ଗ୍ରାମ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତରଙ୍କୁ ମୁନିଗୁଡ଼ା ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, କାକିନାଡାରୁ ୫ଜଣ ଲୋକ ବରଗଡ଼ ଯାଇ ଏକ ଭୋଜିରେ ରୋଷେଇକରି କାକିନାଡା ଫେରୁଥିଲେ। ଏହି ସମୟରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ସାଇଡ୍ ଦେବାବେଳେ ବିପରୀତ ଦିଗରୁ ଏକ ଟ୍ରକ୍ ଆସିଯିବାରୁ କାରଟି ଭାରସାମ୍ୟ ହରାଇ କଲଭର୍ଟ ନିକଟରେ ଥିବା ଖାଲ ଭିତରକୁ ଖସିପଡି ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ମୁନିଗୁଡ଼ା ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। କାର୍ ଭିତରେ ଜଣେ ଚାପି ହୋଇ ରହିଛନ୍ତି। ଖବରପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.