ପ୍ରମୂଖ ଖବର
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ବାଡ଼ଦାଣ୍ଡରେ ସଫେଇ କଲେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ, ଶ୍ରୀଗୁଣ୍ଡିଚା ମନ୍ଦିର ଶୌଧ କାର୍ଯ୍ୟକ୍ରମରେ ହେଲେ ସାମିଲ

ପୁରୀ, ୦୬/୦୭ : ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହା ପୂର୍ବରୁ ଆଜି ପୁରୀ ଗସ୍ତରେ ଆସି ଗୁଣ୍ଡିଚା ମନ୍ଦିର ସହ ବାଡ଼ଦାଣ୍ଡକୁ ମାର୍ଜନା ଓ ସଫେଇ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କ ରଥ ଦାଣ୍ଡକୁ ମାର୍ଜନା କରିବାର ପରମ୍ପରା ରହି ଆସିଛି। ତେଣୁ ମହାପ୍ରଭୁଙ୍କ ଏହି ମହାନ ବଡ଼ଦାଣ୍ଡକୁ ମାର୍ଜନା କରି ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି। ମହାପ୍ରଭୁଙ୍କ ଏହି ପବିତ୍ର ବଡଦାଣ୍ଡକୁ ସଫା ରଖିବା ଆମ ସମସ୍ତଙ୍କ କର୍ତ୍ତବ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂହଦେଓଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟ, ପୁରୀ ସାଂସଦ ଏବଂ ଅନେକ ବିଧାୟକ ଉପସ୍ଥିତ ରହି ବଡଦାଣ୍ଡକୁ ସଫା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀକୁ ଆସିଥିବା ପ୍ରାୟ ୩୦ରୁ ଉର୍ଦ୍ଧ୍ଵ ସ୍ୱେଚ୍ଛାସେବୀ ସଙ୍ଗଠନ, ସ୍କାଉଟ୍, ଗାଇଡ୍ ଓ କଲେଜ ଛାତ୍ରଛାତ୍ରୀମାନେ ଏହି ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ସଫେଇ କାର୍ଯ୍ୟକ୍ରମରେ ସାମିଲ୍ ହୋଇ ସ୍କାଉଟ୍ ଗାଇଡ୍ସର ଛାତ୍ରଛାତ୍ରୀମାନେ ମଧ୍ୟ ବେଶ୍ ଉତ୍ସାହିତ ହୋଇପଡିଥିଲେ। 

ଆସନ୍ତାକାଲି ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାମିଲ୍ ହେବାକୁ ଯାଉଛନ୍ତି। ରାଷ୍ଟ୍ରପତି ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ୍ ହୋଇ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ମା ସୁଭଦ୍ରାଙ୍କ ରଥ ଟାଣିବେ ବୋଲି ଆଶା ରଖିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.