ପ୍ରମୂଖ ଖବର
  • ଖୋର୍ଦ୍ଧା : ପାଣିରେ ଭାସୁଛି ଅଜଣା ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୮/୦୭ : ଆଗାମୀ ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସ। ଏହି ୨ ଓଡ଼ିଆ କ୍ରୀଡାବିତ୍‌ଙ୍କ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ। ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା କିଶୋର ଜେନା ଏବଂ ଅମିତ୍ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। 

ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ୍‌ ଥ୍ରୋରେ କିଶୋର ଜେନା ଏବଂ ହକି ତାରକା ଅମିତ୍ ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର। ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କ ପୂର୍ଣ୍ଣ ବିଶ୍ୱାସ ରହିଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରି ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ। ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.