ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ଆକାଶ ମାର୍ଗରୁ ମାଲକାନଗିରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ , କ୍ଷୟକ୍ଷତିର କଲେ ସମୀକ୍ଷା

ମାଲକାନଗିରି, ୧୨/୯(ଆପ୍ର ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ, ମୁଖ୍ୟଶାସନ ସଚିବ ଗୁରୁବାର ସ୍ୱତନ୍ତ୍ର ହେଲିକେପ୍ଟ ର ଯୋଗେ ମାଲକାନଗିରି ଜିଲ୍ଲା ଗସ୍ତକରି ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥି ସହିତ ବର୍ଷାଜନିତ କ୍ଷୟକ୍ଷତି ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ଜିଲ୍ଲାକୁ ସ୍ୱତନ୍ତ୍ର ଅନୁଦାନ ଦେଵା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। 

ଜିଲ୍ଲାର ସମସ୍ତ ରାସ୍ତାଘାଟ ନବୀକରଣ ସହ  ନିଚା ବ୍ରିଜଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କରାଯିବ। ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ  ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗୀକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥି ନିମନ୍ତେ ପ୍ରଯତ୍ନ ହେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ  ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି। ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ ଜିରୋ କାଜ୍ଵଲ୍ଟି ସମ୍ଭବ ହୋଇପାରିଛି । ଜିଲ୍ଲା ପ୍ରଶାସନକୁ ଏଥିପାଇଁ  ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

 ୮୮୩୦ ହେକ୍ଟର ଜମି ଜଳମଗ୍ନ ହୋଇଥିଲା । ଯାହାଫଳରେ ବହୁ ଫସଲ କ୍ଷତି ହୋଇଛି । ଏଥିସହ ୫୭୬ ଟି ଘର ଆଂଶିକ ଓ ୨୧ ଟି ବାସଗୃହ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ସେମାନଙ୍କ ପାଇଁ ପଲିଥିନ ଓ ରନ୍ଧନ ଖାଦ୍ୟର ମଧ୍ୟ ବ୍ୟବସ୍ଥା କରାଯାଇଥିଲା । ଉଚ୍ଚତା କମ ଥିବା ପୋଲ ଉପରେ ଜଳ ପ୍ରବାହିତ ହେବା ଦ୍ୱାରା ମୋଟ ୧୫ ଟି ରାସ୍ତାରେ ଗମନାଗମନ ବନ୍ଦ ଥିଲା ।  । କ୍ଷୟକ୍ଷତିର ଆକଳନ କରି ଯେଉଁମାନଙ୍କ ଘର ନଷ୍ଟ ହୋଇଛି, ସେମାନଙ୍କୁ ଓଡିଶା ରିଲିଫ କୋଡ଼ ଅନୁଯାୟୀ କ୍ଷତିପୂରଣ ଦିଆଯିବା ସହ ଫସଲ ନଷ୍ଟ ଓ ଗୃହପାଳିତ ପଶୁର ମୃତ୍ୟୁ ହୋଇଥିଲେ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରକାଶ କରିଛନ୍ତି । ଏହି ବନ୍ୟାକୁ ମୁକାବିଲା କରିବା ପାଇଁ କେନ୍ଦ୍ର, ରାଜ୍ୟ, ଜିଲ୍ଲା ପ୍ରଶାସନ ଓ ଜନସାଧାରଣଙ୍କ ମଧ୍ୟ ସହଯୋଗ ରହିଛି ।

 ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମନୋଜ ଆହୁଜା,ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ ସିଂ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଦକ୍ଷିଣାଞ୍ଚଳ ଡିଆଇଜି ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ , ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ   ସମେତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.