ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କିଟ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣା : ନେପାଳ କାଉନସେଲରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

Published By : Prameya | February 19, 2025 4:21 PM

ଭୁବନେଶ୍ବର,୧୯।୨ : କିଟ୍ ଛାତ୍ରୀ ଆତ୍ମହତ୍ୟା  ଘଟଣାରେ ନେପାଳ କାଉନସେଲରଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ  ମାଝି କଥା ହୋଇଛନ୍ତି। ନେପାଳ କାଉନସେଲର  ସଞ୍ଜୀବ ଦାସ ଶର୍ମା ଏବଂ ନବୀନ ରାଜ ଅଧିକାରୀଙ୍କ ସହ କଥା ହୋଇଛନ୍ତି। ନେପାଳ ଛାତ୍ରୀ ପ୍ରକୃତିକୁ ନ୍ୟାୟ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶ୍ବାସନା ଦେଇଛନ୍ତି। ଖୁବଶୀଘ୍ର କିଟ୍‌ କ୍ୟାମ୍ପସରେ ଶାନ୍ତି ଫେରିବ।  ତେଣୁ କ୍ୟାମ୍ପସକୁ ଫେରିବାକୁ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। 

ରାଜ୍ୟ ଅତିଥି ଭବନରେ ନେପାଳ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ  ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ। ଏଥିସହ ନେପାଳର ବୈଦେଶିକ ମନ୍ତ୍ରୀଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଫୋନ ଯୋଗେ କଥା ହୋଇଛନ୍ତି। 

ଅନ୍ୟ ପକ୍ଷରେ କିଟ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ   ପାଇଁ  ରାଜ୍ୟ ସରକାର ଏକ  ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଘଟଣାର କାରଣ ଖୋଜିବ ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। କମିଟିରେ ଗୃହ ବିଭାଗର ଅତିରିକ୍ତ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ସଚିବ କମିଟିର ସଦସ୍ୟ ରହିଛନ୍ତି । ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ତଥ୍ୟ ଅନୁସନ୍ଧାନ କମିଟିର  ରିପୋର୍ଟକୁ  ଆଧାର କରି ଉପଯୁକ୍ତ ଆଇନଗତ ଏବଂ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.