ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଉତ୍କଳମଣୀଙ୍କ ଗାଁରେ ବୁଲିଲେ ମୁଖ୍ୟମନ୍ତ୍ରୀ, ପଣ୍ଡିତ ଗୋପବନ୍ଧୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର, ୧୩/୦୬ : ଗୁରୁବାର ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରିମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ, ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.