ପ୍ରମୂଖ ଖବର
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ, ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବାକୁ ପରାମର୍ଶ

ଭୁବନେଶ୍ୱର, ୨୦/୬ : ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ। ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟକୁ ଅଧିକ ସୁଦୃଢ କରିବା, ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ବିଷୟ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ଗୁଡିକ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେବାସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଥିଲେ।

ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.