ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର, ୨୬/୦୭ : ଜୁଲାଇ ୨୯ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜନସାଧାରଣଙ୍କ ନିମନ୍ତେ ସୂଚନା ଦିଆଯାଇଛି। 

ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଛି ଏହି ଅଭିଯୋଗ ଶୁଣାଣି। ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ତାଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.