ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଓଡ଼ିଶାବାସୀଙ୍କୁ ରାଷ୍ଟ୍ରପତିଙ୍କ ନୂଆଖାଇ ଜୁହାର, ମା’ ସମଲେଇଙ୍କ ନିକଟରେ ସୁଖଶାନ୍ତି କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଗାଁଠୁ ସହର ସବୁଠି ଉତ୍ସବର ମୋହୋଲ । ନୀତି ନିର୍ଘଣ୍ଟ ଅନୁସାରେ, ମା’ ସମଲେଶ୍ୱରୀଙ୍କଠାରେ ଲାଗି ହେବ ନବାନ୍ନ । ନୂଆଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶୁଭେଚ୍ଛା ଟ୍ବିଟରେ ରାଷ୍ଟ୍ରପତି ମୁର୍ମୁ ଲେଖିଛନ୍ତି,‘‘ନୂଆଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ନୂଆଖାଇ ଆମ କୃଷିଭିତ୍ତିକ ଜନଜୀବନର ଏକ ମହାନ ପର୍ବ । ଦେଶର କୃଷକ ଭାଇଭଉଣୀମାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିବାର ଏହା ଏକ ବିଶେଷ ଅବସର । ଏହି ପର୍ବ ସଭିଙ୍କ ଜୀବନକୁ ସୁଖ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା ।’’ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ନୂଆଖାଇ ଅବସରରେ ସାରା ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

ରାଜ୍ୟପାଳ ରଘୁବର ଦାସ ମଧ୍ୟ ରାଜ୍ୟବାସୀଙ୍କୁ ନୂଆଖାଇର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହା ଏକ କୃଷିଭିତ୍ତିକ ପର୍ବ । ଏହି ପରିପ୍ରେକ୍ଷୀରେ ରାଜ୍ୟର କୃଷକ ଭାଇଭଉଣୀମାନଙ୍କର ସୁଖ ସମୃଦ୍ଧି କାମନା କରିବା ସହ କୃଷିକ୍ଷେତ୍ରରେ ଓଡ଼ିଶାକୁ ଏକ ଅଗ୍ରଣୀ ଓ ପ୍ରଗତିଶୀଳ ରାଜ୍ୟରେ ପରିଣତ କରିବାକୁ ଆହ୍ୱାନ ଜଣାଇଛନ୍ତି ରାଜ୍ୟପାଳ । 

ଅନ୍ୟପଟେ ସାରା ଓଡ଼ିଶାବାସୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆଖାଇ ଜୁହାର ଓ ଅଭିନନ୍ଦନ ଜଣାଇବା ସହ ମା’ ସମଲେଇଙ୍କ ଅପାର କୃପା ଓଡ଼ିଶାବାସୀଙ୍କ ଉପରେ ରହୁ ଓ ଧରଣୀମାତା ଶସ୍ୟଶାମଳ ହୋଇଉଠୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ସମସ୍ତଙ୍କର ସୁଖଶାନ୍ତି, ସମୃଦ୍ଧି ପାଇଁ ମା’ ସମଲେଇଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । 

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇବା ସହ ଏହି ଶୁଭ ଅବସରରେ ସମସ୍ତଙ୍କର ସୁସ୍ୱାସ୍ଥ୍ୟ, ସୁଖସମୃଦ୍ଧି ଓ ପ୍ରଗତି ଲାଗି ମା ସମଲେଇ ଓ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଗୁହାରି କରିଛନ୍ତି । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ସାରା ରାଜ୍ୟବାସୀଙ୍କୁ ନୂଆଖାଇ ଜୁହାର ଜଣାଇବା ସହ ମା’ ସମଲେଇଙ୍କ ଆଶିର୍ବାଦ କାମନା କରିଛନ୍ତି ।     

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.