ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ତଣ୍ଟି କଟା ଅବସ୍ଥାରେ ଝିଅର ମୃତଦେହ ଉଦ୍ଧାର

Published By : Gurupada Nath | October 4, 2024 8:45 PM

କେନ୍ଦୁଝର,୪/୧୦ : କେନ୍ଦୁଝର ଟାଉନ ଥାନା ସ୍ଥିତ ପବିତ୍ର ଡିହାବରାଳ ଲଜ ଗଳିରେ ଭଡା ରହୁଥିବା ରବୀନ୍ଦ୍ର ବେହେରାଙ୍କ ବଡ଼ ଝିଅ ମନୋରମାଙ୍କ ତଣ୍ଟି କଟା ଅବସ୍ଥାରେ ମୃତଦେହ ଉଦ୍ଧାର । ମୃତକଙ୍କ ବାପା ରବୀନ୍ଦ୍ର ବେହେରାଙ୍କ କହିବା ଅନୁସାରେ ସେ ଲାବଣ୍ୟ ଛକ ନିକଟରେ ଛତୁ ବେପାର କରନ୍ତି । ଆଜି ସେ ଓ ତାଙ୍କ ସ୍ତ୍ରୀ ଛତୁ ବେପାର କରିବା ପାଇଁ ଯାଇଥିବାବେଳେ ତାଙ୍କ ସାନ ଝିଅ କଲେଜ ଯାଇଥିଲେ । ମନୋରମା ଘରେ ଏକା ଥିଲେ, ଦିନ ୧୧ଟା ସମୟରେ ମନୋରମା ଚାଉଳ ନେଇ ଘରକୁ ଫେରିବା ପରେ ବାପା ଓ ମା‘କୁ ଫେରିବା ନେଇ ଫୋନ ଯୋଗେ ଜଣାଇଥିଲେ । 

ହେଲେ ଦ୍ବିପ୍ରହର ସମୟରେ ବାପା ମା’ ଘରକୁ ଫେରିବାବେଳେ ଦେଖିଥିଲେ । ସେତେବେଳେ ଝିଅ ମନୋରମାର ତଣ୍ଟି କଟାଯାଇଥିବାବେଳେ ରକ୍ତ ଜୁଡୁବୁଡୁ ହୋଇ ମୁହଁ ମାଡି ତଳକୁ ପଡିଥିବା ଦେଖିବାକୁ ପାଇଥିଲେ । ଘଟଣାସ୍ଥଳରେ ସଦର ଏସଡିପିଓଙ୍କ ନେତୃତ୍ବରେ ପୋଲିସ ତଦନ୍ତ ଚଳାଇଛନ୍ତି । ସବିଶେଷ ତଥ୍ୟ ଜଣାପଡିବ ବୋଲି ସୂଚନା ଦେଇଛନ୍ତି ଏସଡିପିଓ ମହେନ୍ଦ୍ର ମୁର୍ମୁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.