ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପ୍ରେମ ବ୍ୟାପରକୁ ନେଇ ହତ୍ୟା କରାଯାଇଥିବା ଅଭିଯୋଗ

ବ୍ରହ୍ମବରଦା, ୬/୭ : ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଭଗବାନପୁର ଠାରେ ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପ୍ରେମ ବ୍ୟାପରକୁ ନେଇ ପୁଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। 

ସୂଚନାନୁଯାୟୀ, ଶନିବାର ସକାଳୁ ବରୁଆଁ-ବାଲିଚନ୍ଦ୍ରପୁର ରାସ୍ତାର ଭଗବାନପୁର ଠାରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ମୃତଦେହ ନିକଟରୁ ଏକ ମୋବାଇଲ, ଆଧାର କାର୍ଡ, ଯୁବତୀଙ୍କ ଷ୍ଟଲ, ବୁଲେଟ୍ ବାଇକ୍ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି। 

ମୃତ ଯୁବକ ହେଲେ ଅରାବଳ ଗ୍ରାମର ପବିତ୍ର ସାମଲ। ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଚିହ୍ନଟ କରିବା ସହ ଯୁବକଙ୍କ ପୂର୍ବରୁ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ପ୍ରେମ ବ୍ୟାପରକୁ ନେଇ ପୁଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ନ୍ୟାୟ ପାଇଁ ପରିବାର ଲୋକେ ଦାବି କରିଛନ୍ତି। ପରିବାର ଲୋକଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକ କରିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.