ପ୍ରମୂଖ ଖବର
  • ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ, ଧରାପଡ଼ିଲେ ରାଜସ୍ବ ବିଭାଗର ବରିଷ୍ଠ କିରାଣୀ
  • ||
  • ଶରଧାବାଲି ଦଳାଚକଟା ଘଟଣା: ଉନ୍ନୟନ କମିଶନରଙ୍କ ରିପୋର୍ଟକୁ ତର୍ଜମା କରୁଛନ୍ତି ମୁଖ୍ୟମନ୍ତ୍ରୀ
  • ||
  • ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ; ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
  • ||
  • ଅନୀଲ ଅମ୍ବାନୀଙ୍କୁ ଇଡ଼ି ସମନ, ୧୭ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ହେବ ପଚରାଉଚରା
  • ||
  • ବିଜେପିକୁ ବଡ଼ ଝଟ୍‌କା, ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ NDA ସହିତ ସମ୍ପର୍କ ଭାଙ୍ଗିଲା ଓପିଏସ୍‌
  • ||
  • କୋରିଅର୍‌ ସଂସ୍ଥାରେ ମିଳିତ ଚଢ଼ାଉ, ୧୭ ହଜାର ବୋତଲ କଫ୍‌ ସିରପ୍‌ ଜବତ
  • ||
  • ଶୁକ୍ରବାର ବିଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୮ରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ, ୧୧ରୁ ନାମଲେଖା
  • ||
  • ଦିଗପହଣ୍ଡି : ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଟ୍ୟୁସନ ସାର୍ ଗିରଫ
  • ||
  • ଫୁଟିଲା ଟାରିଫ୍ ବୋମା; ୧୦ରୁ ୪୧% ଯାଏ ରେସିପ୍ରୋକାଲ ଟାରିଫ୍ ଆଦେଶ ଉପରେ ଟ୍ରମ୍ପଙ୍କ ସାଇନ୍, ଭାରତ ସମେତ ୭୦ ଦେଶ ଉପରେ ପଡିବ ପ୍ରଭାବ
  • ||
  • ୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ରାଜ୍ୟରେ ଏବେ କାଁ ଭାଁ ବର୍ଷା ସମ୍ଭାବନା, ବଢ଼ିବ ତାପମାତ୍ରା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଫୁଲୁଛି ବୈତରଣୀ, ସତର୍କ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ

Published By : Rasmita Pradhan | July 31, 2025 10:20 AM

ଭଦ୍ରକ, ୩୧/୦୭ : ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ବନ୍ୟାଜଳ। ଭଦ୍ରକ ଜିଲ୍ଲା ଆଖୁଆପଦା ଆନିକଟ ଠାରେ ସତର୍କ ସଂକେତ ୧୭.୮୩ ମିଟର ଓ ବିପଦ ସଂକେତ ୧୮.୩୩ ମିଟର ରହିଛି। ସକାଳ ୯ଟା ସୁଦ୍ଧା ବନ୍ୟାଜଳ ୧୮.୧୫ ମିଟରରେ ପ୍ରବାହିତ ହେଉଛି। ଜଳସ୍ତର ଧିରେ ଧିରେ ବୃଦ୍ଧି ପାଉଥିବାର ସୂଚନା ମିଳିଛି।

ଗତକାଲିଠୁ ଭଦ୍ରକରେ ଲଗାଣ ବର୍ଷା ଲାଗି ରହିଛି । ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି। ପ୍ରବଳ ବର୍ଷା ଯୋଗୁ ପୁଣି ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ବଢୁଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି । ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି। ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ଏବେ ବି ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତିନି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟ୍‌କା ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ ।

  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.