ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ସବୁଜ ବଳୟ ହେବ କୋଣାର୍କ ଯାତ୍ରୀ ନିବାସ

କୋଣାର୍କ,୪।୭ କୋଣାର୍କ ଯାତ୍ରୀନିବାସ ହେବ ସବୁଜ ବଳୟ । ଲାଗିଲା ୨ ହଜାରରୁ ଅଧିକ ଚାରା । ୭୫ତମ ବନ ମହୋତ୍ସବ ଅବସରର କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ, ଯାତ୍ରୀ ନିବାସ ପକ୍ଷରୁ ୭୫ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଅତିଥି ଭାବରେ କୋଣାର୍କ କୋର୍ଟ ବିଚାରପତି ସିତେଶ ମହାନ୍ତି ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀ, କୋଣାର୍କ ଯାତ୍ରୀ ନିବାସ ପରିଚାଳକ ଅମୀୟ କୁମାର ସେଠୀ, କୋଣାର୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର କାବ୍ୟତାରା ସ୍ବାଇଁ, କୋଣାର୍କ ଏନ୍ଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ, ଅର୍କଶ୍ରୀ ସମ୍ପାଦକ ଉମେଶ ସ୍ୱାଇଁ, ଭାଗିରଥି ସ୍ବାଇଁ, ସମାଜସେବୀ ରାମକୃଷ୍ଣ ମହାନ୍ତି, ବନପାଳ କୈଳାସ ନାୟକ ପ୍ରମୁଖ ଯୋଗଦେଇ ବ୍ୟାପକ ବୃକ୍ଷରୋପଣ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଯାତ୍ରୀନିବାସ ପରିସରରେ ବଉଳ, କରଞ୍ଜ, ଅଁଳା, ଲିମ୍ବ ଆଦି ବିଭିନ୍ନ କିସମର ୨ ହଜାର ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଯାତ୍ରୀ ନିବାସ ରେଷ୍ଟୁରାଣ୍ଟ ପରିଚାଳକ ବିକାଶ କୁମାର ସ୍ବାଇଁ, ବଳରାମ ମହାପାତ୍ର ଓ ସମସ୍ତ କର୍ମଚାରୀ ପ୍ରମୁଖ ପରିଚାଳନା କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.