ପ୍ରମୂଖ ଖବର
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସାଲେପୁର, ୨୧/୦୯ : ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶନିବାର ସକାଳେ ଗାଁ ନିକଟ ଜଙ୍ଗଲରେ ଏକ ଚାକୁଣ୍ଡା ଗଛରେ ଦୁହିଁଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ସାଲପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମ ଗାଁ ନିକଟ ଜଙ୍ଗଲରେ ଦୁଇ ଜଣ ଯୁବକ ଯୁବତୀଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସାଲେପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜଣକ ସ୍ଥାନୀୟ ଅଲ୍ଲିପୁର ଗ୍ରାମର ମନୋଜ ସାମଲ ବୋଲି ଜଣାପଡିଥିବା ବେଳେ ଯୁବତୀଙ୍କ ପରିଚୟ ମିଳିନାହିଁ।

ମୃତ ଯୁବକ ଜଣକ ବିବାହିତ ଓ ତାଙ୍ରକ ଏକ ତିନି ବର୍ଷର ପିଲାଥିବା ଜଣାପଡିଛି। ଉଭୟ ଯୁବକ ଯୁବତୀ ପ୍ରେମରେ ବିଫଳ ହେବାରୁ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ସ୍ଥାନୀୟ ଗ୍ରାମରେ ଆଲୋଚନା ହେଉଛି। ଏହି ଘଟଣା ସାଲେପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.