ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବନ୍ଦଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା !

କେନ୍ଦୁଝର, ୨୧।୭: ରୋଷେଇ ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଜୁନ୍ ୧୮ ତାରିଖରେ ବୈଦିକ ରୀତିରେ କରଞ୍ଜିଆ ଗ୍ରାମର ଦୀପକ ନାଏକଙ୍କ ସହ ଦୀପିକାଙ୍କ ହୋଇଥିଲା ବିବାହ । ବିବାହକୁ ୨ ମାସ ନ ପୁରୁଣରୁ ଏଭଳି ଲୋମଟାଙ୍କୁରା ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଗୋଡ଼ିପୋଖରୀ ଗ୍ରାମରେ । 

ସୂଚନା ଅନୁଯାୟୀ, ଗୋଡ଼ିପୋଖରୀ ଗ୍ରାମର ଦୀପକ ନାଏକ ସହ ଦୀପିକା ନାଏକଙ୍କର ଜୁନ୍ ୧୮ ତାରିଖରେ ବୈଦିକ ରୀତିରେ ବିବାହ ହୋଇଥିଲା । ଶନିବାର ବିଳମ୍ବିତ ରାତିରେ ଉଭୟ ଦୀପକ ଏବଂ ତାଙ୍କ ପତ୍ନୀ ଦୀପିକା ଖାଇସାରି ଶୋଇବାକୁ ଯାଇଥିଲେ । କିନ୍ତୁ, ରବିବାର ସକାଳୁ ରୋଷେଇ ଘରେ ଦୀପିକାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ଦୀପକ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସେ । ଖବର ପାଇ ତୁରୁମୁଙ୍ଗା ପୋଲିସ ମୃତଦେହ ଉଦ୍ଧାର କରିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.