ପ୍ରମୂଖ ଖବର
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଏହି ରାଶିର ବ୍ୟକ୍ତିଙ୍କ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ

ମେଷ : ଷଷ୍ଠଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ । ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଶରୀର ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସମ୍ମାନ ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ସିଲଭର, ସଂଖ୍ୟା : ୧୧, ଆରାଧନା : ହନୁମାନ ।

ବୃଷ : ଘାତବାର ଏବଂ ଘାତଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଦ ବିବାଦ, ସନ୍ତାନ ଏବଂ ପିତାମାତାଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ ।ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ ।ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ହେବ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ:  ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନ, ପରିଜନରେ ବିବାଦ, ଆର୍ଥିକ ଠକାମି ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ି ପାରନ୍ତି । ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । 

ଶୁଭରଙ୍ଗ:   ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : : ତୃତୀୟଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବ, ସହକର୍ମୀ ଓ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳପାଇବେ । 

ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଏବଂ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ପରିଶ୍ରମ ତୁଳନାରେ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁଗଜାନନ ।

କନ୍ୟା : ଶ୍ରୀଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ଆମୋଦ ପ୍ରମୋଦ ଓ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଓ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ସୁଫଳପାଇବେ ।

ଶୁଭରଙ୍ଗ :   କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା: ଦ୍ୱାଦଶଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ସ୍ୱାତୀ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ସବୁଜ, ସଂଖ୍ୟା: ୬, ଆରାଧନା: ମା’ ସମଲେଶ୍ୱରୀ ।

ବିଛା : ଏକାଦଶଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଓ ବକେୟା ଧନ ଫେରିପାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ସମ୍ମାନ ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦଶମ ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ସମସ୍ତକର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ନବମ ଚନ୍ଦ୍ର, ଶନିବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠାମକର  ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଅଯଥା ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦୁଇ ଗୁଣ ହେବ । ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ଶତ ଭିଷାକୁମ୍ଭ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା :  ମା’ ଭୈରବୀ ।

ମୀନ : ସପ୍ତମଚନ୍ଦ୍ର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟ ବାନ ଧାତୁ, ବସନ ଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗପ୍ରାପ୍ତ କରିବେ । ଯେଉଁମାନଙ୍କର ପୂର୍ବ ଭାଦ୍ର ଓ ରେବତୀମୀନ ସେମାନେ ସୁଫଳପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.