ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ

ଯାଜପୁର,୨୪/୦୭: ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ । ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ୍ ପଞ୍ଚାୟତ କଳିନ୍ଦ୍ରା ବାଦ୍ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳକ ଜଣଙ୍କ ହେଉଛନ୍ତି ରମେଶ ଚନ୍ଦ୍ର ସାହୁଙ୍କ ୮ ବର୍ଷର ପୁଅ ବିଶ୍ଵ ରଞ୍ଜନ ସାହୁ ।

ସୂଚନା ଅନୁଯାୟୀ, ବୁଧବାର ସକାଳୁ ବିଶ୍ଵ ରଞ୍ଜନ ନିକଟରେ ଥିବା କେନାଲକୁ ଶୌଚ ହେବାକୁ ଯାଇଥିଲେ । ଏହି ସମୟରେ ପାଣି ଭିତରେ ତାଙ୍କ ଗୋଡ ଖସି ଯାଇଥିଲା ।ଯାହା ଫଳରେ ଗଭୀର ସ୍ରୋତରେ ଭାସି ଯାଇଥିଲେ ବିଶ୍ୱ । ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଖୋଜା ଖୋଜି ଆରମ୍ଭ କରିବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଥିଲା ଅଗ୍ନିଶମ ବିଭାଗ । ସ୍ଥାନୀୟ ଲୋକଙ୍କ ସହ ମିଶି ଖୋଜିବା ପରେ କିଛି ଦୂରରେ ନାବାଳକଙ୍କୁ ପାଇଥିଲେ । ସେଠାରୁ ତାଙ୍କୁ ଉଦ୍ଧାର କରି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ସ୍ଥାନୀୟଲୋକେ । ସେଠାରେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.