ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ନାବାଳକର ଗଳା କାଟି ହତ୍ୟା ଉଦ୍ୟମ କଲା ପଡୋଶୀ, କାରଣ ଅସ୍ପଷ୍ଟ

ଟିଟଲାଗଡ଼, ୦୮/୦୭ : ସଇଁତଲା ଥାନା ଅନ୍ତର୍ଗତ ଭୋରପଡା ଗାଁରେ ଚାଞ୍ଚଲ୍ୟକର ଘଟଣା। ନାବାଳକ ପୁଅକୁ ଗଳାକାଟି ହତ୍ୟା ଉଦ୍ୟମ କଲା ପଡୋଶୀ। ଗୁରୁତର ଅବସ୍ଥାରେ ନାବାଳକଙ୍କୁ ଡାକ୍ତରଖାନାରେ ଭର୍ତ୍ତି। ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର୍। 

ସୂଚନାନୁଯାୟୀ, ସଇଁତଲା ଥାନା ଅନ୍ତର୍ଗତ ଭୋରପଡା ଗାଁରେ ଅଭାବନୀୟ ଘଟଣା। ଗାଁର ସୁରଞ୍ଚିତ ଭୋଇ (୪୨ ବର୍ଷ) ଜଣେ ୧୩ ବର୍ଷୀୟ ନାବାଳକଙ୍କୁ ଘରକୁ ଡାକିନେଇ ଗଳା କାଟି ହତ୍ୟା ଉଦ୍ୟମ କରିଛି। ନାବାଳକଙ୍କୁ ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ନାବାଳକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେପଟେ ଅଭିଯୁକ୍ତ ଜଣଙ୍କ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ସଇଁନ୍ତଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ କେଉଁ କାରଣ ପାଇଁ ପଡୋଶୀ ଜଣଙ୍କ ଏଭଳି କାଣ୍ଡ ଭିଆଇଛନ୍ତି ତାହା ତଦନ୍ତ ପରେ ସ୍ପଷ୍ଟ ହେବ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.