ଭୁବନେଶ୍ଵର, ୧୮/୦୪ : ଦେଶରେ ୪ର୍ଥ ଓ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ। ଓଡ଼ିଶା ସମେତ ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୯୬ଟି ଲୋକସଭା ଆସନରେ ମତଦାନ ହେବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି।
ଆନ୍ଧ୍ରପ୍ରଦେଶ, ବିହାର, ଝାରଖଣ୍ଡ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା, ତେଲେଙ୍ଗାନା, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜାମ୍ମୁ କାଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ ୧୩ରେ ଭୋଟ ଗ୍ରହଣ ହେବ। ଏଥିପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ କରାଯିବ। ୨୫ ଏପ୍ରିଲରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ସେହିପରି ୨୬ରେ ପ୍ରାର୍ଥିପତ୍ର ଯାଞ୍ଚ୍ କରାଯିବ। ୨୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ରାଜ୍ୟର ୪ ସଂସଦୀୟ କ୍ଷେତ୍ର, ୨୮ ବିଧାନସଭା ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେବ।
Also Read :-
ଓଡ଼ିଶାରେ କେଉଁଠି କେତେବେଳେ ହେବ ମତଦାନ ? ଜାଣନ୍ତୁ...