ପ୍ରମୂଖ ଖବର
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା

Published By : Swapna Ray | June 1, 2025 12:16 PM

ଭୁବନେଶ୍ୱର, ୧।୬: ଓଡ଼ିଶାରେ କାୟା ମେଲାଉଛି କରୋନା । ରାଜ୍ୟରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ୮ରୁ ବୃଦ୍ଧି ପାଇ କୋଭିଡ୍‌ ସଂଖ୍ୟା ୧୧ରେ ପହଞ୍ଚିଛି । ନୂଆ ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ରାଜ୍ୟରେ ୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଓ କଟକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନାରେ ପ୍ରଥମ ମୃତ୍ୟୁ ନେଇ ଅବଗତ ଅଛି ସ୍ୱାସ୍ଥ୍ୟ ବିଭାଗ ।

କହିରଖୁ କି, ମେ ୨୨ ତାରିଖରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଥିଲା । ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ । ଆକ୍ରାନ୍ତ ଜଣକ ଜଣେ ବୃଦ୍ଧ ହୋଇଥିବା ବେଳେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.