ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଖାତାକୁ ଆସିଲା ୧ ଟଙ୍କା, ୯ରେ ମିଳିବ ବାକି ଟଙ୍କା

Published By : Prameya | October 7, 2024 2:57 PM

ଭୁବନେଶ୍ଵର, ୦୭/୧୦ : ସୁଭଦ୍ରା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା। ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଛି। ଆସନ୍ତା ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଖାତାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। 

ସୂଚନାନୁଯାୟୀ, ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିବେ। ଏଥିପାଇଁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସୋମବାର ଯେଉଁମାନଙ୍କ ଖାତାକୁ ୧ ଟଙ୍କା ଆସିଛି ସେମାନଙ୍କ ଖାତାକୁ ବାକି ୪୯୯୯ ଟଙ୍କା ଆସିବ। ତେବେ ଏଥର ଯେଉଁ ଯୋଗ୍ୟ ହିତାଧିକାରୀ ବାଦ୍ ପଡ଼ିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଟଙ୍କା ପ୍ରଦାନ କରାଯିବ।  

ପ୍ରକାଶ ଥାଉକି, ମହିଳାଙ୍କୁ ସଶକ୍ତିକରଣ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ଵର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଖାତାକୁ ପ୍ରଥମ କିସ୍ତି ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଏହି ଯୋଜନାରେ ୧ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.