ପ୍ରମୂଖ ଖବର
  • ବାଲେଶ୍ୱର : କାଳ ସାଜିଲା ଅନଲାଇନ୍‌ ଖେଳ, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ଶେଷ ପର୍ଯ୍ୟାୟରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ଅନୁଧ୍ୟାନ କଲେ ତଦାରଖ କମିଟି ଅଧ୍ୟକ୍ଷ

Published By : Harapriya Sethi | April 18, 2025 2:02 PM

ଭୁବନେଶ୍ୱର, ୧୮/୦୪: ଖୁବଶୀଘ୍ର ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ । ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ ଜାରି ରହିଥିବା ବେଳେ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭିତର ରତ୍ନଭଣ୍ଡାରର କାନ୍ଥ ଏବଂ ଚଟାଣରେ ଫାଟ ଥିବା ଯୋଗୁଁ ଏହାର ମରାମତି ଓ ନଷ୍ଟ ହୋଇଯାଇଥିବା ପଥର ଗୁଡ଼ିକ ପରିବର୍ତ୍ତନ କରାଯାଇଛି ।

ସେହିପରି ବାହାର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ମଧ୍ୟ ଜାରି ରହିଛି । ଠାକୁରଙ୍କର ବିଭିନ୍ନ ସମୟରେ ସ୍ୱତନ୍ତ୍ର ନୀତି କାନ୍ତି ଏବଂ ଭକ୍ତଙ୍କ ପ୍ରବଳ ଭିଡ ଯୋଗୁଁ ବିଭିନ୍ନ ସମୟରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖାଯାଉଛି । ଏଣୁ ଡେଡ୍ ଲାଇନ ଅନୁସାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ତେବେ ମହାପ୍ରଭୁଙ୍କର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ ଜାରି ରହିଥିବା ବେଳେ ଆଗାମୀ ଦୁଇଶହ ବର୍ଷକୁ ଦୃଷ୍ଟିରେ ରଖି ଏହାର କାର୍ଯ୍ୟ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.