ପ୍ରମୂଖ ଖବର
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଏହି ରାଶିର ବ୍ୟକ୍ତିଙ୍କ ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ

ମେଷ : ପଞ୍ଚମ ଚନ୍ଦ୍ର ଗୁରୁବାର ସପ୍ତମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବିଦ୍ୟାରେ ବିଚକ୍ଷଣତା, ଚାଲିଚଳନରେ ସଂଯମତା, ସମସ୍ତ କର୍ମରେ ତତ୍ପରତା ଏବଂ କଳା, ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଲାଭ କରିବେ ।  ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି, ଦୁର୍ଘଟଣା ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ମନୋମାଳିନ୍ୟ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପୁଳ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିିତିରେ ସଙ୍କଟ ଉପୁଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : ତୃତୀୟ ଚନ୍ଦ୍ର, ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୃଢ଼ ଇଚ୍ଛାଶକ୍ତି, ମନୋବଳ ଓ ଆତ୍ମବିଶ୍ୱାସ, ଉତ୍ସାହ, ଉଦ୍ଦୀପନା, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ଭାଇଭଉଣୀଙ୍କ ସହ ସୁସମ୍ପର୍କ ଏବଂ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୦୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି, ଆର୍ଥିକ ଠକାମି, ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ମନରେ ବ୍ୟସ୍ତତା, ବିବ୍ରତତା ବୃଦ୍ଧି ପାଇବ ଏବଂ ଧନକୁ ନେଇ ବିବାଦ ଦେଖାଦେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୦୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଅମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଳିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୦୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

 ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୦୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା :  ଘାତବାର ଏବଂ ଏକାଦଶ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ ରହିବ ନାହିଁ । ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :  ଦଶମ ଚନ୍ଦ୍ର, ଗୁରୁବାର ଓ ସପ୍ତମୀ ତିଥି ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ଆଜି ଯେକୌଣସି କାର୍ଯ୍ୟ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା  ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୦୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ: ନବମ ଚନ୍ଦ୍ର, ଗୁରୁବାର ଏବଂ ସପ୍ତମୀ ତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଭାଗ୍ୟ, ଭଗବାନ ଏବଂ ଭବିଷ୍ୟତ ପ୍ରତି ମନରେ ବହୁତ ବିଶ୍ୱାସ ଜାଗ୍ରତ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ  ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶତ୍ରୁବୃଦ୍ଧି ଘଟିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ ।  

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା :  ମା’ ଚଣ୍ଡୀ ।

କୁମ୍ଭ : ଘାତବାର, ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ଶୁକ୍ରଙ୍କର ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାର ପ୍ରତି ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତି ଉତ୍ତମ ହେବ   । କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୦୬, ଆରାଧନା : ମା’ ଭୈରବୀ ।

ମୀନ : ଷଷ୍ଠ ଚନ୍ଦ୍ର, ଗୁରୁବାର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ଭାବେ ମୁକ୍ତି ମିଳିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଓ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ,

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.