ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଡ୍ରାଇଭର ମୃତ ଜଣେ ଗୁରୁତର

ମୋହନା, ୦୪/୦୭ : ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର। ବୁଧବାର ବିଳମ୍ୱିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା କଳାମେରି ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ମୋହନା ଥାନା ପାଟୁପଦର ଗାଁର ଟୁକୁନା ଦଳାଇ (୪୫ ବର୍ଷ)। ସେହିଭଳି ଗୁରୁତର ଆହତ ଜଣକ ହେଲେ ସେହି ଗାଁର ଏଲିଶା ନାୟକ (୨୨ବର୍ଷ)। 

ସୂଚନାନୁଯାୟୀ, ବୁଧବାର ରାତିରେ କଳାମେରି ନିକଟସ୍ଥ ଡି.କଲୋନୀରେ ଟୁକୁନା ଦଳାଇ ଟ୍ରାକ୍ଟରରେ ଜମିରେ ଚାଷ କରୁଥିଲେ। ଚାଷ କାମ ସାରି ବିଳମ୍ୱିତ ରାତିରେ ଟ୍ରାକ୍ଟର ନେଇ ପାଟୁପଦର ଫେରୁଥିଲେ। ଏହି ସମୟରେ କଳାମେରି ନିକଟରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତା କଡକୁ ଓଲଟି ପଡ଼ିଥିଲା। ଡ୍ରାଇଭର ଟୁକୁନା ଓ ଅନ୍ୟ ଜଣେ ଶ୍ରମିକ ଏଲିଶା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ସେମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ଟୁକୁନାକୁ ମୃତ ଘୋଷଣା କରିଛନ୍ତି। ଗୁରୁତର ଏଲିଶାର ଚିକିତ୍ସା ଚାଲିଥିବା ବେଳେ ମୋହନା ପୋଲିସ ଘଟଣାର ତଦନ୍ତ କରୁଛି।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.