ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଭାରସାମ୍ୟ ହରାଇ ଘର ଉପରକୁ ମାଡିଗଲା ୧୨ ଚକିଆ ଟ୍ରକ୍, କାନ୍ଥ ତଳେ ଚାପି ହୋଇ ବୃଦ୍ଧା ମୃତ

ରାଇରଙ୍ଗପୁର, ୦୬/୦୭ : ଭାରସାମ୍ୟ ହରାଇ ଘର ଉପରକୁ ମାଡିଗଲା ୧୨ ଚକିଆ ଟ୍ରକ୍। ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମ ଦେଇ ଯାଇଥିବା ୨୨୦ ନଂ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଭୋର୍ ସାଢେ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଚି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। 

ସୂଚନାନୁଯାୟୀ, ଶନିବାର ବୋର୍ ସମୟରେ ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର କମଳା ପାତ୍ରଙ୍କ ଘର ଉପରକୁ ଏକ ଟ୍ରକ୍ ମାଡି ଯାଇଥିଲା। ଫଳରେ ଘରେ ଶୋଇଥିବା କମଳାଙ୍କ ଉପରେ କାନ୍ଥ ଚାପି ହୋଇ ସେ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଏହି ଦୁର୍ଘଟଣାରେ କମଳାଙ୍କ ମୃତ୍ୟୁ ଘଟିଥିବା ବେଳେ ପରିବାରର ଅନ୍ୟ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛିନ୍ତି। ଘଟଣାକୁ ନେଇ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଲୋକେ ୨୨୦ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ରାଇରଙ୍ଗପୁର ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରୁଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଚାରି ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ ଥିବାରୁ ଦୁଇ ପଟେ ଯାନବାହାନ ଅଟକି ରହିଛନ୍ତି। ସାଧାରଣ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.