ପ୍ରମୂଖ ଖବର
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଭିଏତନାମ ବିଶ୍ୱବିଦ୍ୟାଳୟର ପ୍ରତିନିଧି ଦଳଙ୍କ ସୋଆ ପରିଦର୍ଶନ କାର୍ଯ୍ୟକ୍ରମ ଶେଷ

ଭୁବନେଶ୍ୱର,୩/ ୮ : ଜୁଲାଇ ୩୧ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ୪ ଦିନିଆ ପରିଦର୍ଶନରେ ଆସିଥିବା ଭିଏତନାମର ହୋ ଚି ମିନ ସିଟିରେ ଅବସ୍ଥିତ ସାଇଗନ୍ ଇଂଟରନ୍ୟାସ୍ନାଲ ୟୁନିଭର୍ସିଟିର ଏକ ୮- ଜଣିଆ ପ୍ରତିନିଧି ଦଳର ଗସ୍ତ ଶନିବାର ଶେଷ ହୋଇଛି । ବିଶ୍ୱବିଦ୍ୟାଳୟର ଡେପୁଟି ଡାଇରେକ୍ଟର ଡକ୍ଟର ଫୁକ ମିନ ହିପଙ୍କ ନେତୃତ୍ୱରେ ଆସିଥିବା ଏହି ଦଳ ଶନିବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହ ସାକ୍ଷାତ ଆଲୋଚନା କରିଥିଲେ । ଏହି ଅବସରରେ ସାଇଗନ୍ ଇଂଟରନ୍ୟାସ୍ନାଲ ୟୁନିଭର୍ସିଟିର ଡାଟା ସାଇନ୍ସ ବିଭାଗର ମୁଖ୍ୟ ଡକ୍ଟର ଡାଓ ଭାନ ତୁଏଟ ମଧ୍ୟ ଉପସ୍ଥିତ ଥିଲେ ।

ସୋଆର ବିଭିନ୍ନ ଅନୁଷ୍ଠାନ ଗୁଡ଼ିକ ପରିଦର୍ଶନ କରିବା ପରେ ଏଠାରେ ଥିବା ବ୍ୟବସ୍ଥା ଓ ସୁଯୋଗକୁ ଦେଖି ଖୁସି ବ୍ୟକ୍ତ କରିବା ସହ ଏହାଦ୍ୱାରା ପ୍ରତିନିଧି ଦଳ ପ୍ରଭାବିତ ହୋଇଥିବା ପ୍ରକାଶ କରିଥିଲେ । ପ୍ରତିନିଧି ଦଳଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ମିଳିଥିବା ଆତିଥ୍ୟକୁ ନେଇ ମଧ୍ୟ ସେମାନେ ଖୁସି ବ୍ୟକ୍ତ କରିଥିଲେ ।  ସୋଆର ମେଡିକାଲ୍ କଲେଜ ଏବଂ ଗବେଷଣା କେନ୍ଦ୍ରଗୁଡ଼ିକ ଜେନୋମିକ୍ସ, ବାୟୋ-ଇନ୍‌ଫର୍ମାଟିକ୍ସ, ଫାର୍ମାସ୍ୟୁଟିକାଲ୍‌ସ, ଡାଟା ସାଇନ୍ସ ଓ ଆର୍ଟିଫିସିଆଲ ଇଂଟେଲିଜେନ୍ସ ଉପରେ ଗୁରୁତ୍ୱ ଦେଉଥିବା ବେଳେ ଏସ୍‌ଆଇୟୁ ମଧ୍ୟ ଏହି ସବୁ ବିଷୟକୁ ନେଇ ସୋଆ ସହ ଶୈକ୍ଷିକ ଓ ଗବେଷଣା କ୍ଷେତ୍ରରେ ସହଯୋଗିତା ନିମନ୍ତେ ଉତ୍ସୁକ ବୋଲି ଡକ୍ଟର ହିପ୍ କହିଥିଲେ । ଭିଏତନାମ ପ୍ରତିନିଧି ଦଳ ସୋଆର ବିଭିନ୍ନ ବିଭାଗର ଫ୍ୟାକଲ୍ଟିମାନଙ୍କ ସହ ଆଲୋଚନା କରିବା ସହ ପ୍ରଶିକ୍ଷଣ ସୁବିଧାଗୁଡ଼ିକ ମଧ୍ୟ ବୁଲି ଦେଖିଥିଲେ । 

ପ୍ରଫେସର (ଡକ୍ଟର) ନାୟକ କହିଥିଲେ ଯେ ଏସ୍‌ଆଇୟୁ ସୋଆ ସହଯୋଗିତା ନେଇ ଏକ କାର୍ଯ୍ୟପନ୍ଥା ପ୍ରସ୍ତୁତ କରିବା ଆବଶ୍ୟକ । ପ୍ରଫେସର ନାୟକଙ୍କ ସହିତ ସାକ୍ଷାତ ଆଲୋଚନା ସମୟରେ ବିଶ୍ୱବିଦ୍ୟାଳୟ ଆଉଟ୍‌ରିଚ୍ ପ୍ରୋଗ୍ରାମ ଏବଂ ଇନ୍‌ଟରନ୍ୟାସ୍‌ନାଲ୍ ରିଲେସନ୍ସର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ମଧ୍ୟ ଉପସ୍ଥିତ ଥିଲେ । ଡକ୍ଟର ହିପ୍ ଏବଂ ଅନ୍ୟ ପ୍ରତିନିଧି ଦଳ ଭୁବନେଶ୍ୱରରେ ପହଂଚିବା ପରେ ସୋଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଅନ୍ୟାନ୍ୟ ବରିଷ୍ଠ ପ୍ରଫେସର, ଗବେଷକ ଓ କର୍ମକର୍ତାଙ୍କ ସହ ଆଲୋଚନା କରିଥିଲେ । ଏହା ପ୍ରତିନିଧି ଦଳ ଭୁବନେଶ୍ୱର ବିଭିନ୍ନ ଐତିହାସିକ ସ୍ଥଳୀ ବୁଲି ଦେଖିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.