ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଏହି ରାଶିର ବ୍ୟକ୍ତିଙ୍କର ଧନ, ସମ୍ପଦ ବୃଦ୍ଧି ପାଇବ ଓ ଆୟର ନୂତନ ମାର୍ଗ ଖୋଲିବ

ମେଷ : ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସନ୍ତାନମାନଙ୍କର ଚାଲିଚଳନକୁ ନେଇ ଚିନ୍ତିତ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ବିଚଳିତ ହେବେ। ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଦେଖା ଦେବ । ଏହାପରେ ଷଷ୍ଠ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତକର୍ମ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ। ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୩, ଆରାଧନା: ମା’ ବଗଳାମୁଖୀ।

ବୃଷ : ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସତର୍କତା ଓ ସହକର୍ମୀଙ୍କ ସହ ଯୋଗ ମିଳିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଇତର ଜନ ଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଆସି ଯିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ: ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଭୋଗ ହେଉ ଥିବାରୁ ଆକସ୍ମିକ ଧନଲାଭ ଓ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଯାନବାହନ କ୍ରୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଶାରୀରିକ ପୀଡ଼ା, ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ସମସ୍ୟା ଉପୁଯିବ। ଏହାପରେ ତୃତୀୟଚନ୍ଦ୍ର, ମଙ୍ଗଳବାର, ସକାଳ ୯ଟା ୧୬ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଆର୍ଥିକ କଷ୍ଟ, ଅବସାଦରୁ ମୁକ୍ତ ହେବେ ଏବଂବାଣିଜ୍ୟ, ବ୍ୟବସାୟ ଓ କର୍ମରେ କିଛିଟା ଶୁଭ ଫଳ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ ଆଶାଜନକ ସଫଳତା ମିଳିବ। ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସଙ୍କଟ ଉପୁଯିବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ଦ୍ୱାଦଶଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉ ଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ। ଦୂରେଇ ଯାଇ ଥିବା ବନ୍ଧୁ, ସ୍ୱଜନ, ପରିଜନ ଓ ପଡ଼ୋଶୀ ନିକଟତର ହେବେ ଏବଂ ସେମାନଙ୍କର ସାହାଯ୍ୟ, ସହଯୋଗ ମିଳିବ। ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ହସ୍ତା ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉ ଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବଏବଂ ଆୟର ନୂତନ ମାର୍ଗ ଖୋଲିବ ।ବିଦେଶ ଯାତ୍ରା, ନୂତନ କର୍ମାରମ୍ଭ ଓ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୦୨, ଆରାଧନା : ମା’ ସମଲେଶ୍ୱରୀ।

ବିଛା : ଦଶମ ଓ ଏକାଦଶଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୯ଟା ୧୬ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ମାନ, ସମ୍ମାନ ହାନି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ବିଘ୍ନଦେଖା ଦେବ। ଏହାପରେ ଦଶମଚନ୍ଦ୍ର ଯୋଗୁ ସ୍ଥିତିରେ କିଛିଟା ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା   ।

ମକର : ଘାତବାର ଏବଂ ସକାଳ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ବିଘ୍ନ ଦେଖା ଦେବ ଏବଂ ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ। ଯେଉଁମାନଙ୍କର ଉତ୍ତରାଷାଢ଼ାମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ :   ଅପରାହ୍ଣ ୪ଟା ୦୨ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଆଶା ଜନକ ସଫଳତା ମିଳିବ। ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ବାଧାବିଘ୍ନ ଓ ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ :   ଷଷ୍ଠ ଓ ସପ୍ତମଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୯ଟା ୧୬ ମିନିଟ୍‌ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ,

ଯୋଗାଯୋଗ .: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.