ପ୍ରମୂଖ ଖବର
  • ଇକାଭାରୀ ଜଙ୍ଗଲରେ ମାଓବାଦୀଙ୍କ ଏକ ବଡ଼ ଡମ୍ପ ଠାବ: ବିପୁଳ ପରିମାଣ ରାସନ ସାମଗ୍ରୀ ଜବତ, ୬ ନକ୍ସଲ ଗିରଫ
  • ||
  • ମୋ ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଦିଲ୍ଲୀ: ପ୍ରବଳ ବର୍ଷାରେ ଭୁଶୁଡିଲା ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ, ଜଣେ ମୃତ
  • ||
  • ଜୁଲାଇ ୪ରେ ବ୍ରିଟେନ୍‌ ସାଧାରଣ ନିର୍ବାଚନ, ଶେଷ ବିତର୍କରେ ଷ୍ଟାର୍ମରଙ୍କ ଉପରେ ସୁନକ୍‌ ଭାରୀ
  • ||
  • ଦାରୁବ୍ରହ୍ମଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲେପନ ପରେ ଉପଶମ, ଆଜି ମହାପ୍ରଭୁଙ୍କ ଓଷ ଲାଗି ନୀତି
  • ||
  • ଆଗକୁ ଆଉ ଦୁଇଟି ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୩୦ ଯାଏଁ ବର୍ଷିବ
  • ||

ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ

ତେଲକୋଇ, ୨୪/୦୬ : ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍। ମହିଳା ମୃତ। କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ୪୯ ନମ୍ବର ଜାତୀୟ ରାଜପଥ ବିଞ୍ଜ ବାହାଳ ଗ୍ରାମରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ହଲେ ତେଲକୋଇ ଥାନା ବିଞ୍ଜ ବାହାଳ ଗ୍ରାମର ବାସନ୍ତୀ ସାହୁ (୫୫ ବର୍ଷ)। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି।

ସୂଚନାନୁଯାୟୀ, ତେଲକୋଇ ଥାନା ବିଞ୍ଜ ବାହାଳ ଗ୍ରାମର ବାସନ୍ତୀ ସାହୁ ତାଙ୍କର ସମ୍ପର୍କୀୟଙ୍କୁ ବସଷ୍ଟାଣ୍ଡରେ ଛାଡିବା ପାଇଁ ଆସିଥିଲେ। ରାସ୍ତା ପାରି ହେଉଥିବା ବେଳେ ତାଙ୍କୁ ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଅଟକ ରଖିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଡ୍ରାଇଭର୍‌କୁ ଗିରଫ କରିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ରାସ୍ତା ଉପରେ ମୃତଦେହ ରଖି କ୍ଷତିପୂରଣ ସହ ହମ୍ପସ୍ ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରୁଛନ୍ତି। ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.