ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

କୁରାଢୀ ଚୋଟରେ ଗଡିଲା ବୃଦ୍ଧାଙ୍କ ମୁଣ୍ଡ, ଅଭିଯୁକ୍ତ ଗିରଫ

ବାରିପଦା, ୦୪/୦୭ : କୁରାଢୀ ଚୋଟରେ ଗଲା ବୃଦ୍ଧାଙ୍କ ଜୀବନ। ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ ଅନ୍ତର୍ଗତ କେନ୍ଦୁଡ଼ିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଯୁବକଙ୍କ କୁରାଢୀ ଚୋଟରେ ଜଣେ ବିଧବା ମହିଳାଙ୍କ ମୃତ୍ୟୁ ହୋଇଛି। ଅଭିଯୁକ୍ତ ଜଣକ ହେଲେ ବଡ଼ସାହି ଥାନା କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମର ବାବୁଲି ମହାକୁଡ (୩୫ବର୍ଷ)। 

ସୂଚନାନୁଯାୟୀ, ବଡ଼ସାହି ବ୍ଲକ ନିଶ୍ଚିନ୍ତପୁର ଗ୍ରାମର ଗୌରି ବେହେରା(୭୨ବର୍ଷ) ମନ୍ଦିରକୁ ଯାଇଥିଲେ। ଫେରିବା ବେଳେ ତାଙ୍କୁ ପଡୋଶୀ ଯୁବକ ବାବୁଲି ମହାକୁଡ ଏକ କୁରାଢୀରେ ନୃଶଂସ ଭାବେ ହାଣି ହତ୍ୟା କରିଛି। ଏହାପରେ ଗ୍ରାମବାସୀମାନେ ବାବୁଲିକୁ ଅଟକ ରଖି ପୋଲିସ ଜିମା ଦେଇଛନ୍ତି। ବଡ଼ସାହି ପୋଲିସ ଆଇଆଇସି ଉମାଶଙ୍କର ନାୟକ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀକୁ ଗିରଫ କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ କୁରାଢୀକୁ ଜବତ କରିଛନ୍ତି। ତେବେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ବାବୁଲି ବିଧବା ମହିଳାଙ୍କୁ ହତ୍ୟା କରିଥିବା କୁହାଯାଉଛି। ଏନେଇ ପୋଲିସ ତଦନ୍ତ ଜାରି ରଖିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.