ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଧରାପଡିଲା ତୀରମାଡ କରୁଥିବା ଯୁବକ

Published By : Prameya | September 25, 2024 7:46 PM

ବଣାଇ, ୨୫।୯ : ଧରାପଡିଲା ତୀରମାଡ କରୁଥିବା ଯୁବକ ଧନୀ ମୁଣ୍ଡା । ଡିଭିଏଫ ଟିମ ଚତୁରତାର ସହ ସ୍କୁଲର ତୃତୀୟ ମହଲାରୁ କାବୁ କରିଛି। ତୀର, ବାଟୁଳି, ଅନ୍ୟାନ୍ୟ  ସାମଗ୍ରୀ ଜବତ କରି ମହଲପଦା ଥାନାକୁ ତାଙ୍କୁ ନିଆଯାଇଛି। 

ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବଡ଼ଯଲ ଠାରେ ଦୁଇ ଦିନ ହେଲା ଫୁଲଝର ଗ୍ରାମର ଧନି ମୁଣ୍ଡା ନାମକ ବ୍ୟକ୍ତି ଉତ୍ପାତ ଚଲାଇଛି । ଗତ ରବିବାର ଦିନ ଠାରୁ ବିଦ୍ୟାଳୟକୁ ଧନୁତୀର, ବାଟୁଳି , ପଥର ଧରି ସ୍କୁଲରେ ପହଞ୍ଚିଥିଲା । ପ୍ରଥମେ ପ୍ରଧାନ ଶିକ୍ଷକଙ୍କ ସହ ବଚସା କରିଥିଲା ତାପରେ ବାଟୁଳି ମାରି ମୁଣ୍ଡ ଫଟାଇ ଦେଇଥିଲା ।  ସ୍କୁଲ ଛାତ୍ର ଛାତ୍ରୀଙ୍କ ଖାଦ୍ୟ ସାମଗ୍ରୀ ଥିବା ରୋଷେଇ ଘରର କବାଟ ଭାଙ୍ଗି ଛାତ ଉପରକୁ ଚଢିଥିଲା ।  ଏଇଟା ମୋ ଘର କହି ଦୁଇ ଦିନ ହେଲା ସେଠାରେ ରହିଥିବା ବେଳେ ମଙ୍ଗଳବାର ତାକୁ ଛାତରୁ ଓହ୍ଲେଇବା ପାଇଁ ଲୋକେ କହିବାରୁ ତାଙ୍କ ଉପରକୁ ଧନୁ ତୀରରେ ତୀର ମାଡ କରିଥିଲା ଫଳରେ ଲୋକେ ଭୟଭୀତ ହୋଇ ଥାନାରେ ଜଣାଇଥିଲେ।  ଏନେଇ ଥାନା ଅଧିକାରୀଙ୍କ ସହ ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ଥିଲା। ଥାନା ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନ ସିଡ଼ିରେ ଛାତକୁ ଯାଉଥିବା ବେଳେ ତାଙ୍କ ଉପରେ ତୀର ମାଡ କରିଥିଲା  । ଘଟଣା ସ୍ଥଳକୁ ବଣେଇ ଏସଡିପିଓ, ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିଥିଲେ କିନ୍ତୁ  ତାକୁ ଧରିବାରେ ବିଫଳ ହୋଇ ଥିଲେ । ବୁଧବାର ୮ ପୃଷ୍ଠାର ଦାବିପତ୍ର  ସ୍କୁଲ ଛାତ ଉପରୁ ଫୋପାଡିଥିଲା। ଶେଷରେ  ଡିଭିଏଫ ଫୋର୍ସ ଚତୁରତାର ସହ ଧୀନଙ୍କୁ କାବୁ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.