ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଘର ରଙ୍ଗ କାର୍ଯ୍ୟ କଲାବେଳେ ଅଘଟଣ, ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ମୋହନା,୦୪/୦୯: ଘର ରଙ୍ଗ କାର୍ଯ୍ୟ କଲାବେଳେ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ । ମୃତକ ଜଣକ ଭଞ୍ଜନଗର ଥାନା ବାଲିଆପଟ୍ଟା ଗ୍ରାମର ଅକ୍ଷୟ ନାୟକ ବୋଲି ଜଣାପଡ଼ିଛି । ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମୋହନା କଲେଜ ଛକରେ ଏଭଳି ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ମୋହନା କଲେଜ ଛକ ନିକଟରେ ଏକ ନିର୍ମାଣାଧିନ ଘରର ରଙ୍ଗଲଗା କାର୍ଯ୍ୟ ଚାଲିଥିଲା । ସେଠାରେ କାମ କରୁଥିବା ବେଳେ ଘର ଉପର ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ଅକ୍ଷୟ । ଏହା ଦେଖି ସେଠାରେ କାର୍ଯ୍ୟରତ ଅନ୍ୟ ଶ୍ରମିକମାନେ ତାଙ୍କୁ ତୁରନ୍ତ ମୋହନା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ଅକ୍ଷୟଙ୍କୁ ମୃତ ଘୋଷଣା କରିଥିଲେ । ଏ ବିଷୟରେ ଶ୍ରମିକମାନେ ମୋହନା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.