ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ମାଛ ଧରୁଥିବାବେଳେ ପୋଖରୀରେ ବୁଡ଼ି ଯୁବକ ମୃତ

ଆନନ୍ଦପୁର,୧୪/୬ : ପୋଖରୀରେ ବୁଡ଼ି ଯୁବକ ମୃତ । ମୃତକ ହେଲେ ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ୍ ଧାନଘର ଗାଁର ଅନୁରାଗ ଜେନା । ପ୍ରକାଶ ଯେ, ଆଜି ସକାଳୁ ଅନୁରାଗ ଗାଁ ପୋଖରୀରେ ମାଛ ଧରୁଥିବା ସମୟରେ ହଠାତ୍ ପୋଖରୀରେ ବୁଡି ଯାଇଥିଲେ । ପରିବାର ଲୋକେ ଗାଁ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଛି । 

ଅନୁରାଗଙ୍କ ଡାକ ନାମ ସୋନୁ ହୋଇଥିବାବେଳେ ସେ ଜଣେ ୟୁଟୁବର ବୋଲି ଜଣାପଡ଼ିଛି । ସେ ନିଜ  ସାନ ଭଉଣୀ ଗାର୍ଗିଙ୍କ ସହ ଅନେକ ବ୍ଯଙ୍ଗ ଭିଡିଓ ସହ ଶିକ୍ଷଣୀୟ ଭିଡିଓ କରି ୟୁଟ୍ଯୁବରେ ଅପଲୋଡ କରିଛନ୍ତି । ଗାର୍ଗି ସୋନୁ ବ୍ଲଗ୍ ନାମରେ ୟୁଟ୍ଯୁବରେ ତାଙ୍କର ଅନେକ ଫଲୋଅର ଅଛନ୍ତି । ଅନୁରାଗଙ୍କ ଏଭଳି ଆକସ୍ମିକ ମୃତ୍ଯୁରେ ଭାଙ୍ଗି ପଡିଛନ୍ତି ପୁରା ପରିବାର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.