ପ୍ରମୂଖ ଖବର
  • ଗୁଜୁରାଟରେ କୋଷ୍ଟଗାର୍ଡର ଆଡ୍‌ଭାନ୍ସ ହେଲିକପ୍ଟର ଦୁର୍ଘଟଣାଗସ୍ତ, ୩ ମୃତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ଭୁଶୁଡ଼ିଲା ନିର୍ମାଣଧୀନ ବକ୍ସ ଡ୍ରେନ ସ୍ଲାବ୍, ଜଣେ ଆହତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ
  • ||
  • କଟକ ମାତୃଭବନ ନିକଟ ଭୁଶୁଡ଼ିଲା ନିର୍ମାଣାଧୀନ ବକ୍ସଡ୍ରେନ୍ ପାଚେରୀ
  • ||
  • ପାଟଣା : ହାତୀଠାରୁ ବଞ୍ଚିବା ବେଳେ ନିଆଁରେ ପଡ଼ିଗଲେ ମହିଳା, ଚାଲିଗଲା ଜୀବନ
  • ||
  • ବର୍ଡର-ଗାଭାସ୍କର ଟ୍ରଫି ; ଭାରତର WTC ଆଶା ଧୂଳିସାତ୍ , ୩-୧ରେ ସିରିଜ ସିଲ କଲା ଅଷ୍ଟ୍ରେଲିଆ
  • ||
  • ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ଟଳିଲେ ୪ ନକ୍ସଲ, ଜଣେ କନଷ୍ଟେବଳ ସହିଦ
  • ||
  • ଆଫଗାନିସ୍ତାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ
  • ||
  • ଆଜି ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜନଜାତି ଶିକ୍ଷାର୍ଥୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା
  • ||
  • ପିକିନିକ ସାରି ଫେରୁଥିଲେ ; ଅଟୋକୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୪ ଜୀବନ
  • ||
  • ଆଜିଠୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା: ଖୋଲିବ ୧୪୭ ଷ୍ଟଲ୍‌
  • ||
  • ବରଗଡ଼ ଧନୁଯାତ୍ରା ଦ୍ୱିତୀୟ ଦିବସ: କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଜନ୍ମ ନେଲେ ଶ୍ରୀକୃଷ୍ଣ
  • ||
  • ବଲାଙ୍ଗୀର : ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର
  • ||
  • ଶ୍ରୀମନ୍ଦିର ଉପରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
  • ||
  • ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର, ଶୀତୁଆ ସକାଳରେ ପଥୋତ୍ସବର ମଜା ନେଲେ ରାଜଧାନୀବାସୀ
  • ||

ବୁଟିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରୁ ଚୋରି

Published By : Prameya | January 3, 2025 8:18 PM

ମାଲକାନଗିରି : ମାଲକାନଗିରି ଜିଲ୍ଲା ସଦର ମହକୁମା ଠାରେ ଥିବା ବୁଟିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରୁ କେହି ଦୁର୍ବୃତ୍ତ କବାଟ ଭାଙ୍ଗି ଚୋରି କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଜିଲ୍ଲା ସଦରରେ ଥିବା ବୁଟିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ସକାଳେ ପ୍ରଧାନ ଶିକ୍ଷକ ପୂର୍ଣଚନ୍ଦ୍ର ଖଣ୍ଡପାଣି ସ୍କୁଲରେ ପ୍ରବେଶ କରି ନିଜ କକ୍ଷକୁ ଯିବା ସମୟରେ କବାଟ ଖୋଲା ଥିବା ଦେଖିବାକୁ ପାଇ ଥିଲେ। 

କବାଟର ତାଲା ଲାଗି ଥିବା ସ୍ଥାନକୁ ଭାଙ୍ଗି ଦିଆଯାଇ ଥିବା ଦେଖି , ସେ ଚୋରି ହୋଇଥିବା ସନ୍ଦେହରେ ତୁରନ୍ତ ଅନ୍ୟ ସହକାରୀ ଶିକ୍ଷକଙ୍କୁ ଡକାଇ ଥିଲେ। ସମସ୍ତେ କକ୍ଷ ମଧ୍ୟକୁ ପଶି ଦେଖିଥିଲେ ଯେ, ଆସବାବ ପତ୍ର ଚାରିଆଡେ ବିକ୍ଷିପ୍ତ ହୋଇ ପଡିଥିବା ସହ ଆଲମିରାକୁ ମଧ୍ୟ ତାଡି ତାହାର କବାଟକୁ ଭାଙ୍ଗି ଦିଆ ଯାଇଛି। 

ପ୍ରଧାନ ଶିକ୍ଷକ ସଙ୍ଗେ ସଙ୍ଗେ ଏନେଇ ସ୍କୁଲ ପରିଚାଳନା କମିଟିକୁ ଡକାଇ ଏହି ବିଷୟରେ ଆଲୋଚନା କରିଥିଲେ। ଏହାସହ ସର୍ବସମ୍ମତି କ୍ରମେ ମାଲକାନଗିରି ଆଦର୍ଶ ଥାନାରେ ଜଣାଇ ଥିଲେ। ମାଲକାନଗିରି ଥାନା ପୋଲିସ ସ୍କୁଲରେ ପହଁଚି ତଦନ୍ତ ଚଳାଇବା ସହ ସ୍ଥିତି ବିଷୟରେ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଥିଲେ। କେଉଁସବୁ ସାମଗ୍ରୀ ଚୋରି ହୋଇଛି ତାହା ସ୍ପଷ୍ଟ ହୋଇ ନାହିଁ। ଚୋରି ସାମଗ୍ରୀ ଗୁଡିକର ଏକ ତାଲିକା ସ୍କୁଲ ପକ୍ଷରୁ ପ୍ରସ୍ତୁତି ଚାଲିଛି, ପ୍ରାଥମିକ ତଦନ୍ତରୁ ସ୍କୁଲର କିଛି ଗୁରୁତ୍ୱପୂର୍ଣ୍ଣ ରେକର୍ଡ ପତ୍ର ନଥିବାର ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.