ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଲଘୁଚାପ; ୫, ୬ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୩୦।୮: ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଓ ବାଂଲାଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୩ ତାରିଖ ଅପରାହ୍ନ ବା ୪ ତାରିଖ ସକାଳୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୫ ଓ ୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ଏହି ଆକଳନ କରିଛି ।  ଆରବ ସାଗରରୁ ଜଳୀୟ ବାଷ୍ପ ସହ ପ୍ରବାହିତ ଦକ୍ଷିଣ ପଶ୍ଚିମ ବାୟୁ ଅନେକ ଦିନ ଯାଏ ଗାଏବ ହେବା ଯୋଗୁ ମୌସୁମୀ ଦୁର୍ବଳ ହୋଇଛି । ସାରା ଭାରତରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ବାୟୁର ପ୍ରବାହ ଅଗଷ୍ଟ ୩୧ ତାରିଖ ଯାଏ ଜାରି ରହିବ ।  

ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଓ ବାଂଲାଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨ରେ ଏହା ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ । ସେପ୍ଟେମ୍ବର ୪ରେ କେନ୍ଦ୍ରୀୟ ଓଡ଼ିଶା ଛୁଇଁବା ପୂର୍ବରୁ ଏହା ଦକ୍ଷିଣ ଓଡ଼ିଶା, ଉତ୍ତରଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ଆସିପାରେ । ପରେ ସେପ୍ଟେମ୍ବର ୫ ସୁଦ୍ଧା ଏହା ଅବପାତ ରୂପ ନେଇପାରେ ।   ୨ରୁ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହେବ । ୪ରୁ ୭ ତାରିଖ ଭିତରେ ରାଜ୍ୟର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉପକୂଳ ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଅଧିକ ବର୍ଷା ହୋଇପାରେ । ସେପ୍ଟେମ୍ବର ୫ ଓ ୬ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇଥିବା ନିଅଣ୍ଟିଆ ବର୍ଷା ସ୍ଥିତିରେ ସୁଧାର ଆସିପାରେ ବୋଲି ପୂର୍ବାନୁମାନ କରାଯାଇଛି ।

  • Heavy Rainfall Alert
  • low pressure
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.