ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ରହିବ ୧୦ପ୍ରତିଶତ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୬/୭ :   ଅଗ୍ନିବୀରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବାକୁ ନିଷ୍ପତ୍ତି । ଏହାସହ ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ ବୋଲି ଘୋଷଣା କରିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ।  ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି।

ଅଗ୍ନିବୀର ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବ ସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବ ସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି।

ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ମୁଁ  ଏଠାରେ ଘୋଷଣା କରୁଛି ଯେ, ଓଡିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନ ଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ। ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.