ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ

ମେଷ : ଘାତବାର, ସକାଳ ୭ଟା ୩୪ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ନିଜର ଲୋକମାନଙ୍କ ସହ ଶତ୍ରୁତା ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଏବଂ ବୁଧ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦଶମ ଓ ଏକାଦଶ ଚନ୍ଦ୍ର, ରବିବାର ଏବଂ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସମସ୍ତା ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ:  ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ସକାଳ ୭ଟା ୩୪ ମିନିଟ୍‌ ପରେ ଦଶମ ଚନ୍ଦ୍ର ଯୋଗୁ ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନବୁର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସକହର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଅଷ୍ଟମ ଓ ନବମୀ ଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୬, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ସକାଳ ୭ଟା ୩୪ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଏବଂ ସକାଳ ୭ଟା ୩୪ ମିନିଟ୍‌ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ବେଳେ ଏବଂ ଯାନବାହନ ଆେରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ସନ୍ତାନସନ୍ତତି ଏବଂ ଭାଇଭଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମରେ ଯୋଗଦେବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ମା’ କମଳା ।

ବିଛା :  ଷଷ୍ଠ ଚନ୍ଦ୍ର, ସକାଳ ୭ଟା ୩୪ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର, ଅପରାହ୍ଣ ୧୨ଟା ୨୦ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା :  ମା’ ବଗଳାମୁଖୀ ।

ଧନୁ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ପାଇବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ସନ୍ତାନମାନଙ୍କ ଶିକ୍ଷାଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ ଏବଂ ମାନ, ସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।   

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଏବଂ ବୁଧ, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆକସ୍ମିକ ଧନଲାଭ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା :  ମା’ ଚଣ୍ଡୀ ।

କୁମ୍ଭ : ସକାଳ ୭ଟା ୩୪ ମିନିଟ୍‌ ପରେ ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’  ଭୈରବୀ ।

ମୀନ : ସକାଳ ୭ଟା ୩୪ ମିନିଟ୍‌ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.