ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ

Published By : Harapriya Sethi | October 5, 2024 1:48 PM

କଟକ,୦୫/୧୦: ସୁରୁଖୁରୁରେ ରାବଣ ପୋଡ଼ି ଉପରେ ହାଇକୋର୍ଟଙ୍କ ଗୁରୁତ୍ତ୍ୱ । କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା । କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟିର ପ୍ରସ୍ତାବ । ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି, ଜିଲ୍ଲା ପ୍ରଶାସନକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

ସୂଚନା ମୁତାବକ, ପାଖେଇ ଆସିଲାଣି ପାର୍ବଣ । ଦୁର୍ଗାପୂଜା ପାଇଁ ସଜେଇ ହେଉଛି ସାରା ଓଡ଼ିଶା । ପୂଜାକୁ କିପରି ସୁରୁଖୁରୁରେ ସମାପ୍ତ କରାଯିବ, ତା ଉପରେ ଗୁରୁତ୍ତ୍ବ ଦେଇଛନ୍ତି ହାଇକୋର୍ଟ । ବିଶେଷ କରି ସୁରୁଖୁରୁରେ ରାବଣପୋଡ଼ି କରିବା ଉପରେ ଧ୍ୟାନ ଦିଆଯାଇଛି । ତେବେ ଚଳିତ ବର୍ଷ ରାବଣପୋଡ଼ିରେ ବାଣ ପ୍ରତିଯୋଗିତା ହେବ ନାହିଁ । କେବଳ ପରିବେଶ ସହ ଖାପ ଖୁଆଉଥିବା ରଙ୍ଗୀନ ବାଣ ବ୍ୟବହାର କରିବା ପାଇଁ ଆଡଭୋକେଟ କମିଟି ପ୍ରସ୍ତାବ ଦେଇଛି । ତେବେ ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ଦେବା ପାଇଁ ସିଏମସି, ଜିଲ୍ଲା ପ୍ରଶାସନକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । 

ଏଥିପାଇଁ ଟ୍ରାଫିକ ଉପରେ ମଧ୍ୟ ଗୁରୁତ୍ତ୍ବ ଦିଆଯାଇଛି । ଟ୍ରାଫିକ ପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବଧର୍ମ ସାଧାରଣ ପରିଷଦ ପକ୍ଷରୁ ଆଗତ ଇଣ୍ଟର ଭେନିଂ ପିଟିସନର ଶୁଣାଣୀ କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.