ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ମାର୍ଚ୍ଚ ୧୪ରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ, ଭାରତ ଉପରେ ନାହିଁ ପ୍ରଭାବ

Published By : Rasmita Pradhan | March 11, 2025 7:56 AM

ଭୁବନେଶ୍ୱର, ୧୧/୦୩ : ୨୦୨୫ରେ ମୋଟ ୪ଟି ପରାଗ ଓ ଗ୍ରହଣ ସଂଗଠିତ ହେବ । ଦୁଇଟି ଆଶିଂକ ସୂର୍ଯ୍ୟପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ । ସେଥିମଧ୍ୟରୁ କେବଳ ଗୋଟିଏ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଭାରତରେ ଦେଖିହେବ ବୋଲି ପ୍ଲନେଟାରିୟମ୍‌ର ପୂର୍ବତନ ଉପନିର୍ଦ୍ଦେଶକ ତଥା ଜନବିଜ୍ଞାନୀ ଡ.ଶୁଭେନ୍ଦୁ ପଟ୍ଟନାୟକ ପ୍ରକାଶ କରିଛନ୍ତି । 

ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ ତାରିଖରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା, ଉତ୍ତର ଏବଂ ଦକ୍ଷିଣ ଆଟଲାଣ୍ଟିକ୍‌ ମହାସାଗର ପରି ଅଞ୍ଚଳରେ ଦେଖାଯିବ। ଏହା ଭାରତରୁ ଦୃଶ୍ୟମାନ ହେବ ନାହିଁ । ଚନ୍ଦ୍ରଗ୍ରହଣ ଭାରତୀୟ ସମୟ ଦିନ ୧୦ଟା ୩୯ ମିନିଟରେ ଆରମ୍ଭ ହୋଇ ପୂର୍ଣ୍ଣ ଗ୍ରହଣ ଦିନ ୧୧ଟା ୫୬ରୁ ଦିନ ୧ଟା ୧ପର୍ଯ୍ୟନ୍ତ ଦେଖାଯିବ । ସେ ସମୟରେ ଚନ୍ଦ୍ର ସଂପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏହି ଗ୍ରହଣ ଭାରତୀୟ ସମୟ ଦିନ ୨ଟା ୧୮ରେ ଶେଷ ହେବ । ଏହା ଭାରତରେ ଦିନବେଳା ଘଟୁଥିବାରୁ ଦୃଶ୍ୟମାନ ହେବ ନାହିଁ । 

ମାର୍ଚ୍ଚ ୨୯ରେ ସଂଗଠିତ ହେବାକୁ ଥିବା ଆଂଶିକ ସୂର୍ଯ୍ୟପରାଗ ଉତ୍ତର ଆମେରିକା, ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ, ଉତ୍ତର ଆଟଲାଣ୍ଟିକ୍‌ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ଋଷରେ ଦୃଶ୍ୟମାନ ହେବ । ଏହା ମଧ୍ୟ ଭାରତରୁ ଦୃଶ୍ୟମାନ ହେବ ନାହିଁ । ସେପ୍ଟେମ୍ବର ୭ ତାରିଖରେ ସଂଗଠିତ ହେବାକୁ ଥିବା ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ସମଗ୍ର ଭାରତ ସହ ଏସିଆର ଅନ୍ୟାନ୍ୟ ଦେଶ, ୟୁରୋପ, ଆଣ୍ଟାର୍କଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ମଧ୍ୟ ଦୃଶ୍ୟମାନ ହେବ । ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ ତାରିଖ ରାତି ୮ଟା ୫୮ରୁ ଆରମ୍ଭ ହୋଇ ୨ଟା ୨୫ ପର୍ଯନ୍ତ ରହିବ  । ପୂର୍ଣ୍ଣ ଗ୍ରହଣ ରାତି ୧୦ଟାରୁ ରାତି ୧୨ଟା ୨୨ ମିନିଟ ପର୍ଯ୍ୟନ୍ତ ଦେଖାଦେବ । ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟ ପରାଗ ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକାରେ ଦୃଶ୍ୟମାନ ହେବ । ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ ।

ଏହି ଖବରଟିକୁ ପଢନ୍ତୁ-୧୩ ଏବଂ ୧୪ରେ ବଢ଼ିବ ଗ୍ରୀଷ୍ମ ପ୍ରକୋପ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.