ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟରେ ଆୟ ଉତ୍ତମ ହେବ , କର୍ମରେ ସଫଳତା ଓ ସମ୍ମାନ ମିଳିବ

ମେଷ : ଦଶମଚନ୍ଦ୍ର, ମଙ୍ଗଳବାର ଏବଂ ରବି ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ। ନୂତନ କର୍ମାରମ୍ଭ କରି ପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ।

ବୃଷ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଦେଖା ଦେବ ଏବଂ ମନ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।

ମିଥୁନ : ଅଷ୍ଟମଚନ୍ଦ୍ର, ମଙ୍ଗଳବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ।

କର୍କଟ : ସପ୍ତମଚନ୍ଦ୍ର, ମଙ୍ଗଳବାର, ପଞ୍ଚମୀତିଥି ଏବଂ ସକାଳ ୯ଟା ୩୩ ମିନିଟ୍‌ ପରେ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଆମୋଦପ୍ରମୋଦ, ମଉଜମସ୍ତି, ନୂତନ ବସ୍ତ୍ର, ଆଭୂଷଣ ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ। ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲଭର, ସଂଖ୍ୟା: ୧, ଆରାଧନା : ଭଗବାନ ଶିବ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଶତ୍ରୁବୃଦ୍ଧି, ଶାରୀରିକ ପୀଡ଼ା ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ସକାଳ ୯ଟା ୩୩ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା , ପରିବାରରେ ମତାନ୍ତର ଏବଂ ଇତର ଜନ ଠାରୁ ଅପମାନ ପାଇବେ। ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ କର୍ମକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ।

ତୁଳା: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜୈନତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ। ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ନୀଳ, ସଂଖ୍ୟା: ୧୨, ଆରାଧନା: ମା’ କମଳା।

ବିଛା : ତୃତୀୟଚନ୍ଦ୍ର, ମଙ୍ଗଳବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ଏବଂଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ନୂତନ କର୍ମାରମ୍ଭ କରି ପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ଏବଂ ପରିବାରର ସମର୍ଥନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କରଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଶାରୀରିକ ପୀଡ଼ା ଓ ଆର୍ଥିକ ଠକାମିରେ ପଡ଼ି ପାରନ୍ତି। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମା ହୋଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ତାରା।

ମକର : ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କ ସାହାଯ୍ୟ, ସହଯୋଗ ମିଳିବ । ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ କିମ୍ବା ପୁତ୍ର, କନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂକର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା।

କୁମ୍ଭ : ଦ୍ୱାଦଶ ଚନ୍ଦ୍ରଯୋଗୁ ଦୁଃଖ, କ୍ଳେଶ, ରୋଗ, ଋଣ ଏବଂ ଅବସାଦରୁ ମୁକ୍ତ ହେବେ। ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକି ଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା :  ମା’ ଚଣ୍ଡୀ।

ମୀନ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂକର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.